ଦ୍ୱିତୀୟ ରାଜାବଳୀ 8

ତହିଁରେ ଇଲୀଶାୟ ତାହାକୁ କହିଲେ, “ତୁମ୍ଭେ ଯାଇ ତାହାଙ୍କୁ କୁହ, ‘ତୁମ୍ଭେ ଅବଶ୍ୟ ମୁକ୍ତ ହେବ,’ ତଥାପି ସଦାପ୍ରଭୁ ମୋତେ ଜଣାଇ ଅଛନ୍ତି ଯେ, ସେ ଅବଶ୍ୟ ମରିବ।”

2 Kings 8:10 (UKJV) And Elisha said unto him, Go, say unto him, You may certainly recover: nevertheless the LORD has showed me that he shall surely die.

8ତହିଁରେ ରାଜା ହସାୟେଲକୁ କହିଲା, “ଆପଣା ହସ୍ତରେ ଉପହାର ନେଇ ପରମେଶ୍ୱରଙ୍କ ଲୋକଙ୍କୁ ସାକ୍ଷାତ କରିବାକୁ ଯାଅ, ‘ଆଉ ମୁଁ ଏହି ପୀଡ଼ାରୁ ମୁକ୍ତ ହେବି କି ନାହିଁ?’ ଏହି କଥା ତାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଚାର।”

9ଏଥିରେ ହସାୟେଲ ତାଙ୍କୁ ସାକ୍ଷାତ କରିବାକୁ ଗଲା ଓ ଦମ୍ମେଶକର ସକଳ ଉତ୍ତମ ବସ୍ତୁର ଚାଳିଶ ଓଟର ବୋଝ ଉପହାର ସଙ୍ଗେ ନେଇ ଆସି ତାଙ୍କ ସମ୍ମୁଖରେ ଉଭା ହୋଇ କହିଲା, “ଆପଣଙ୍କ ପୁତ୍ର ଅରାମର ରାଜା ବିନ୍‍ହଦଦ୍‍ ଆପଣଙ୍କ ନିକଟକୁ ମୋତେ ପଠାଇ ପଚାରୁଅଛନ୍ତି, ‘ମୁଁ କʼଣ ଏହି ପୀଡ଼ାରୁ ମୁକ୍ତ ହେବି?’”

10ତହିଁରେ ଇଲୀଶାୟ ତାହାକୁ କହିଲେ, “ତୁମ୍ଭେ ଯାଇ ତାହାଙ୍କୁ କୁହ, ‘ତୁମ୍ଭେ ଅବଶ୍ୟ ମୁକ୍ତ ହେବ,’ ତଥାପି ସଦାପ୍ରଭୁ ମୋତେ ଜଣାଇ ଅଛନ୍ତି ଯେ, ସେ ଅବଶ୍ୟ ମରିବ।”

11ସେତେବେଳେ ଇଲୀଶାୟ ତାହା ପ୍ରତି ଏପରି ସ୍ଥିର ଦୃଷ୍ଟି କଲେ ଯେ, ସେ ଲଜ୍ଜିତ ହେଲା; ପୁଣି ପରମେଶ୍ୱରଙ୍କ ଲୋକ ରୋଦନ କଲେ।

12ତହିଁରେ ହସାୟେଲ ପଚାରିଲା, “ମୋʼ ପ୍ରଭୁ କାହିଁକି ରୋଦନ କରୁଅଛନ୍ତି?” ଇଲୀଶାୟ ଉତ୍ତର କଲେ, “କାରଣ ଏହି, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେଉଁ ଅନିଷ୍ଟ କରିବ, ତାହା ମୁଁ ଜାଣେ; ତୁମ୍ଭେ ସେମାନଙ୍କ ଦୃଢ଼ ଗଡ଼ସବୁରେ ଅଗ୍ନି ଲଗାଇବ ଓ ତୁମ୍ଭେ ସେମାନଙ୍କ ଯୁବାମାନଙ୍କୁ ଖଡ୍ଗରେ ବଧ କରିବ ଓ ସେମାନଙ୍କ ଶିଶୁଗଣକୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବ ଓ ସେମାନଙ୍କ ଗର୍ଭବତୀ ସ୍ତ୍ରୀମାନଙ୍କ ଉଦର ବିଦୀର୍ଣ୍ଣ କରିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.