ଦ୍ୱିତୀୟ ରାଜାବଳୀ 8

ଏଥିରେ ହସାୟେଲ କହିଲା, “ମାତ୍ର ଆପଣଙ୍କ ଦାସ, ଯେ ଗୋଟିଏ କୁକ୍କୁର ମାତ୍ର, ସେ କିଏ ଯେ, ଏହି ବଡ଼ କର୍ମ କରିବ?” ତହୁଁ ଇଲୀଶାୟ ଉତ୍ତର କଲେ, “ସଦାପ୍ରଭୁ ମୋତେ ଜଣାଇ ଅଛନ୍ତି ଯେ, ତୁମ୍ଭେ ଅରାମର ରାଜା ହେବ।”

2 Kings 8:13 (UKJV) And Hazael said, But what, is your servant a dog, that he should do this great thing? And Elisha answered, The LORD has showed me that you shall be king over Syria.

11ସେତେବେଳେ ଇଲୀଶାୟ ତାହା ପ୍ରତି ଏପରି ସ୍ଥିର ଦୃଷ୍ଟି କଲେ ଯେ, ସେ ଲଜ୍ଜିତ ହେଲା; ପୁଣି ପରମେଶ୍ୱରଙ୍କ ଲୋକ ରୋଦନ କଲେ।

12ତହିଁରେ ହସାୟେଲ ପଚାରିଲା, “ମୋʼ ପ୍ରଭୁ କାହିଁକି ରୋଦନ କରୁଅଛନ୍ତି?” ଇଲୀଶାୟ ଉତ୍ତର କଲେ, “କାରଣ ଏହି, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେଉଁ ଅନିଷ୍ଟ କରିବ, ତାହା ମୁଁ ଜାଣେ; ତୁମ୍ଭେ ସେମାନଙ୍କ ଦୃଢ଼ ଗଡ଼ସବୁରେ ଅଗ୍ନି ଲଗାଇବ ଓ ତୁମ୍ଭେ ସେମାନଙ୍କ ଯୁବାମାନଙ୍କୁ ଖଡ୍ଗରେ ବଧ କରିବ ଓ ସେମାନଙ୍କ ଶିଶୁଗଣକୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବ ଓ ସେମାନଙ୍କ ଗର୍ଭବତୀ ସ୍ତ୍ରୀମାନଙ୍କ ଉଦର ବିଦୀର୍ଣ୍ଣ କରିବ।”

13ଏଥିରେ ହସାୟେଲ କହିଲା, “ମାତ୍ର ଆପଣଙ୍କ ଦାସ, ଯେ ଗୋଟିଏ କୁକ୍କୁର ମାତ୍ର, ସେ କିଏ ଯେ, ଏହି ବଡ଼ କର୍ମ କରିବ?” ତହୁଁ ଇଲୀଶାୟ ଉତ୍ତର କଲେ, “ସଦାପ୍ରଭୁ ମୋତେ ଜଣାଇ ଅଛନ୍ତି ଯେ, ତୁମ୍ଭେ ଅରାମର ରାଜା ହେବ।”

14ଏଥିଉତ୍ତାରେ ହସାୟେଲ ଇଲୀଶାୟଙ୍କ ନିକଟରୁ ପ୍ରସ୍ଥାନ କରି ଆପଣା ପ୍ରଭୁ ନିକଟରେ ଉପସ୍ଥିତ ହୁଅନ୍ତେ, ସେ ତାହାକୁ ପଚାରିଲା, “ଇଲୀଶାୟ ତୁମ୍ଭକୁ କଅଣ କହିଲେ?” ତହୁଁ ହସାୟେଲ ଉତ୍ତର କଲା, “ସେ ମୋତେ ଜଣାଇଲେ ଯେ, ଆପଣ ନିଶ୍ଚୟ ମୁକ୍ତ ହେବେ।”

15ମାତ୍ର ପରଦିନ ହସାୟେଲ ଶଯ୍ୟାଚ୍ଛାଦନ ନେଇ ଜଳରେ ବୁଡ଼ାଇ ରାଜାର ମୁଖ ଉପରେ ବିଛାଇ ଦିଅନ୍ତେ, ସେ ମଲା; ପୁଣି ହସାୟେଲ ତାହାର ପଦରେ ରାଜ୍ୟ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.