16ଆହାବଙ୍କର ପୁତ୍ର ଇସ୍ରାଏଲର ରାଜା ଯୋରାମ୍ଙ୍କ ରାଜତ୍ଵର ପଞ୍ଚମ ବର୍ଷରେ ଯିହୁଦାର ରାଜା ଯିହୋଶାଫଟ୍ଙ୍କର ପୁତ୍ର ଯିହୋରାମ୍ ରାଜତ୍ୱ କରିବାକୁ ଆରମ୍ଭ କଲେ, ସେହି ସମୟରେ ଯିହୋଶାଫଟ୍ ଯିହୁଦାର ରାଜା ଥିଲେ।
17ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ।
18ପୁଣି ସେ ଆହାବଙ୍କର ବଂଶାନୁସାରେ ଇସ୍ରାଏଲ ରାଜାମାନଙ୍କ ପଥରେ ଚାଲିଲେ; କାରଣ ସେ ଆହାବଙ୍କର କନ୍ୟାକୁ ବିବାହ କରିଥିଲେ ଓ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
19ତଥାପି ସଦାପ୍ରଭୁ ଦାଉଦଙ୍କୁ ତାଙ୍କର ସନ୍ତାନମାନଙ୍କ ନିମନ୍ତେ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ସେ ଆପଣା ଦାସ ଦାଉଦଙ୍କ ସକାଶୁ ଯିହୁଦାକୁ ବିନାଶ କରିବା ପାଇଁ ଅସମ୍ମତ ହେଲେ।
20ତାଙ୍କ ସମୟରେ ଇଦୋମୀୟ ଲୋକମାନେ ଯିହୁଦାର ଅଧୀନତାର ବିଦ୍ରୋହୀ ହୋଇ ଆପଣାମାନଙ୍କ ଉପରେ ଏକ ରାଜା କଲେ।