17ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ।
18ପୁଣି ସେ ଆହାବଙ୍କର ବଂଶାନୁସାରେ ଇସ୍ରାଏଲ ରାଜାମାନଙ୍କ ପଥରେ ଚାଲିଲେ; କାରଣ ସେ ଆହାବଙ୍କର କନ୍ୟାକୁ ବିବାହ କରିଥିଲେ ଓ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
19ତଥାପି ସଦାପ୍ରଭୁ ଦାଉଦଙ୍କୁ ତାଙ୍କର ସନ୍ତାନମାନଙ୍କ ନିମନ୍ତେ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ସେ ଆପଣା ଦାସ ଦାଉଦଙ୍କ ସକାଶୁ ଯିହୁଦାକୁ ବିନାଶ କରିବା ପାଇଁ ଅସମ୍ମତ ହେଲେ।
20ତାଙ୍କ ସମୟରେ ଇଦୋମୀୟ ଲୋକମାନେ ଯିହୁଦାର ଅଧୀନତାର ବିଦ୍ରୋହୀ ହୋଇ ଆପଣାମାନଙ୍କ ଉପରେ ଏକ ରାଜା କଲେ।
21ତହିଁରେ ଯୋରାମ୍ ଓ ତାଙ୍କ ସଙ୍ଗେ ସମସ୍ତ ରଥ ସାୟୀରକୁ ଯାତ୍ରା କଲେ; ପୁଣି ସେ ରାତ୍ରିକାଳରେ ଉଠି ଆପଣା ଚତୁର୍ଦ୍ଦିଗ ବେଷ୍ଟିତ ଇଦୋମୀୟମାନଙ୍କୁ ଓ ରଥାଧ୍ୟକ୍ଷମାନଙ୍କୁ ସଂହାର କଲେ; ଏଥିରେ ଲୋକମାନେ ଆପଣା ଆପଣା ତମ୍ବୁକୁ ପଳାଇଲେ।