ଦ୍ୱିତୀୟ ରାଜାବଳୀ 8

ଏଥିଉତ୍ତାରେ ଯୋରାମ୍‍ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଗଣ ସହିତ କବର ପାଇଲେ ଓ ତାଙ୍କର ପୁତ୍ର ଅହସୀୟ ତାଙ୍କ ପଦରେ ରାଜ୍ୟ କଲେ।

2 Kings 8:24 (UKJV) And Joram slept with his fathers, and was buried with his fathers in the city of David: and Ahaziah his son reigned in his position.

22ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା। ସେହି ସମୟରେ ଲିବ୍‍ନା ନଗର ମଧ୍ୟ ବିଦ୍ରୋହୀ ହେଲା।

23ଏହି ଯୋରାମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କି ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

24ଏଥିଉତ୍ତାରେ ଯୋରାମ୍‍ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଗଣ ସହିତ କବର ପାଇଲେ ଓ ତାଙ୍କର ପୁତ୍ର ଅହସୀୟ ତାଙ୍କ ପଦରେ ରାଜ୍ୟ କଲେ।

25ଇସ୍ରାଏଲ ରାଜା ଆହାବଙ୍କର ପୁତ୍ର ଯୋରାମ୍‍ଙ୍କ ରାଜତ୍ଵର ଦ୍ୱାଦଶ ବର୍ଷରେ ଯିହୁଦା-ରାଜା ଯିହୋରାମ୍‍ଙ୍କର ପୁତ୍ର ଅହସୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।

26ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ବାଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କ ନାମ ଅଥଲୀୟା, ସେ ଇସ୍ରାଏଲର ରାଜା ଅମ୍ରିଙ୍କର କନ୍ୟା ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.