23ଏହି ଯୋରାମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କି ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
24ଏଥିଉତ୍ତାରେ ଯୋରାମ୍ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଗଣ ସହିତ କବର ପାଇଲେ ଓ ତାଙ୍କର ପୁତ୍ର ଅହସୀୟ ତାଙ୍କ ପଦରେ ରାଜ୍ୟ କଲେ।
25ଇସ୍ରାଏଲ ରାଜା ଆହାବଙ୍କର ପୁତ୍ର ଯୋରାମ୍ଙ୍କ ରାଜତ୍ଵର ଦ୍ୱାଦଶ ବର୍ଷରେ ଯିହୁଦା-ରାଜା ଯିହୋରାମ୍ଙ୍କର ପୁତ୍ର ଅହସୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।
26ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ବାଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କ ନାମ ଅଥଲୀୟା, ସେ ଇସ୍ରାଏଲର ରାଜା ଅମ୍ରିଙ୍କର କନ୍ୟା ଥିଲେ।
27ପୁଣି ଅହସୀୟ ଆହାବ-ବଂଶର ପଥରେ ଚାଲି ଆହାବ-ବଂଶର କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; କାରଣ ସେ ଆହାବ-ବଂଶର ଜାମାତା ଥିଲେ।