ଦ୍ୱିତୀୟ ରାଜାବଳୀ 8

ଏଥିଉତ୍ତାରେ ସେ ଆହାବଙ୍କର ପୁତ୍ର ଯୋରାମ୍‍ଙ୍କ ସଙ୍ଗେ ମିଶି ଅରାମର ରାଜା ହସାୟେଲ ବିରୁଦ୍ଧରେ ରାମୋତ୍‍-ଗିଲୀୟଦରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟ ଲୋକମାନେ ଯୋରାମ୍‍ଙ୍କୁ କ୍ଷତବିକ୍ଷତ କଲେ।

2 Kings 8:28 (UKJV) And he went with Joram the son of Ahab to the war against Hazael king of Syria in Ramothgilead; and the Syrians wounded Joram.

26ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ବାଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କ ନାମ ଅଥଲୀୟା, ସେ ଇସ୍ରାଏଲର ରାଜା ଅମ୍ରିଙ୍କର କନ୍ୟା ଥିଲେ।

27ପୁଣି ଅହସୀୟ ଆହାବ-ବଂଶର ପଥରେ ଚାଲି ଆହାବ-ବଂଶର କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; କାରଣ ସେ ଆହାବ-ବଂଶର ଜାମାତା ଥିଲେ।

28ଏଥିଉତ୍ତାରେ ସେ ଆହାବଙ୍କର ପୁତ୍ର ଯୋରାମ୍‍ଙ୍କ ସଙ୍ଗେ ମିଶି ଅରାମର ରାଜା ହସାୟେଲ ବିରୁଦ୍ଧରେ ରାମୋତ୍‍-ଗିଲୀୟଦରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟ ଲୋକମାନେ ଯୋରାମ୍‍ଙ୍କୁ କ୍ଷତବିକ୍ଷତ କଲେ।

29ଏହେତୁ ଯୋରାମ୍‍ ରାଜା ଅରାମର ରାଜା ହସାୟେଲ ବିରୁଦ୍ଧରେ ଯୁଦ୍ଧ କରିବା ବେଳେ ଅରାମୀୟ ଲୋକମାନେ ରାମାରେ ତାଙ୍କୁ ଯେଉଁ କ୍ଷତବିକ୍ଷତ କରିଥିଲେ, ତହିଁରୁ ସେ ସୁସ୍ଥ ହେବା ନିମନ୍ତେ ଯିଷ୍ରିୟେଲକୁ ଫେରିଗଲେ। ଆହାବଙ୍କର ପୁତ୍ର ଯୋରାମ୍‍ ପୀଡ଼ିତ ହେବା ସକାଶୁ ଯିହୁଦାର ରାଜା ଯିହୋରାମ୍‍ଙ୍କର ପୁତ୍ର ଅହସୀୟ ତାଙ୍କୁ ଦେଖିବା ପାଇଁ ଯିଷ୍ରିୟେଲକୁ ଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.