ଦ୍ୱିତୀୟ ରାଜାବଳୀ 8

ପୁଣି ସାତ ବର୍ଷ ଶେଷରେ ସେ ସ୍ତ୍ରୀ ପଲେଷ୍ଟୀୟମାନଙ୍କ ଦେଶରୁ ଫେରି ଆସିଲା; ଆଉ ସେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରିବାକୁ ରାଜାଙ୍କ ନିକଟକୁ ଗଲା।

2 Kings 8:3 (UKJV) And it came to pass at the seven years' end, that the woman returned out of the land of the Philistines: and she went forth to cry unto the king for her house and for her land.

1ଇଲୀଶାୟ ଯେଉଁ ସ୍ତ୍ରୀର ମୃତ ପୁତ୍ରକୁ ପୁନର୍ଜୀବିତ କରିଥିଲେ, ସେହି ସ୍ତ୍ରୀକୁ କହିଥିଲେ, “ଉଠ, ତୁମ୍ଭେ ଓ ତୁମ୍ଭ ପରିବାର ଯାଇ ଯେଉଁଠାରେ ପ୍ରବାସ କରିପାର, ସେଠାରେ ପ୍ରବାସ କର; କାରଣ ସଦାପ୍ରଭୁ ଦୁର୍ଭିକ୍ଷ ଆଜ୍ଞା କରିଅଛନ୍ତି; ଆଉ ତାହା ମଧ୍ୟ ସାତ ବର୍ଷ ପର୍ଯ୍ୟନ୍ତ ଦେଶରେ ରହିବ।”

2ତହିଁରେ ସେ ସ୍ତ୍ରୀ ଉଠି ପରମେଶ୍ୱରଙ୍କ ଲୋକଙ୍କର ବାକ୍ୟ ପ୍ରମାଣେ କର୍ମ କଲା; ଅର୍ଥାତ୍‍, ସେ ଆପଣା ପରିବାର ସହିତ ଯାଇ ପଲେଷ୍ଟୀୟମାନଙ୍କ ଦେଶରେ ସାତ ବର୍ଷ ପ୍ରବାସ କଲା।

3ପୁଣି ସାତ ବର୍ଷ ଶେଷରେ ସେ ସ୍ତ୍ରୀ ପଲେଷ୍ଟୀୟମାନଙ୍କ ଦେଶରୁ ଫେରି ଆସିଲା; ଆଉ ସେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରିବାକୁ ରାଜାଙ୍କ ନିକଟକୁ ଗଲା।

4ସେହି ସମୟରେ ରାଜା ପରମେଶ୍ୱରଙ୍କ ଲୋକଙ୍କର ଦାସ ଗିହେଜୀ ସଙ୍ଗେ କଥାବାର୍ତ୍ତା କରୁ କରୁ କହିଲେ, “ମୁଁ ବିନୟ କରୁଅଛି, ଇଲୀଶାୟ ଯେ ଯେ ମହତ୍ କର୍ମ କରିଅଛନ୍ତି, ତାହାସବୁ ମୋତେ ଜଣାଅ।”

5ତହିଁରେ ଇଲୀଶାୟ କିପରି ମୃତ ଲୋକକୁ ପୁନର୍ଜୀବିତ କରିଥିଲେ, ଏହା ଗିହେଜୀ ରାଜାଙ୍କୁ କହିବା ବେଳେ, ଦେଖ, ଯେଉଁ ସ୍ତ୍ରୀର ପୁତ୍ରକୁ ସେ ପୁନର୍ଜୀବିତ କରିଥିଲେ, ସେ ସ୍ତ୍ରୀ ରାଜାଙ୍କ ନିକଟରେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରୁଅଛି। ଏଥିରେ ଗିହେଜୀ କହିଲା, “ହେ ମୋର ପ୍ରଭୋ, ମହାରାଜ, ଏ ସେହି ସ୍ତ୍ରୀ ଓ ତାହାର ପୁତ୍ର, ଯାହାକୁ ଇଲୀଶାୟ ପୁନର୍ଜୀବିତ କରିଥିଲେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.