ଦ୍ୱିତୀୟ ରାଜାବଳୀ 9

ଏଥିଉତ୍ତାରେ ଇଲୀଶାୟ ଭବିଷ୍ୟଦ୍‍ବକ୍ତା ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ଜଣକୁ ଡାକି କହିଲେ, “ତୁମ୍ଭ କଟି ବାନ୍ଧ ଓ ଏହି ତୈଳ ଶିଶି ହସ୍ତରେ ନେଇ ରାମୋତ୍‍-ଗିଲୀୟଦକୁ ଯାଅ।

2 Kings 9:1 (UKJV) And Elisha the prophet called one of the children of the prophets, and said unto him, Gird up your loins, and take this box of oil in yours hand, and go to Ramothgilead:

1ଏଥିଉତ୍ତାରେ ଇଲୀଶାୟ ଭବିଷ୍ୟଦ୍‍ବକ୍ତା ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ଜଣକୁ ଡାକି କହିଲେ, “ତୁମ୍ଭ କଟି ବାନ୍ଧ ଓ ଏହି ତୈଳ ଶିଶି ହସ୍ତରେ ନେଇ ରାମୋତ୍‍-ଗିଲୀୟଦକୁ ଯାଅ।

2ପୁଣି ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ନିମ୍‍ଶିଙ୍କର ପୌତ୍ର ଯିହୋଶାଫଟ୍‍ଙ୍କର ପୁତ୍ର ଯେହୂଙ୍କର ଅନ୍ୱେଷଣ କର ଓ ଭିତରକୁ ଯାଇ ତାଙ୍କର ଭ୍ରାତୃଗଣ ମଧ୍ୟରୁ ତାଙ୍କୁ ଉଠାଇ ଏକ ଭିତର କୋଠରିକୁ ନେଇଯାଅ।

3ପୁଣି ତୈଳ ଶିଶି ନେଇ ତାଙ୍କ ମସ୍ତକରେ ଢାଳି କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛୁ।’ ତହୁଁ ତୁମ୍ଭେ ଦ୍ୱାର ଫିଟାଇ ପଳାଇ ଯାଅ ଓ ବିଳମ୍ବ ନ କର।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.