ଦ୍ୱିତୀୟ ରାଜାବଳୀ 9

ପୁଣି କୁକ୍କୁରମାନେ ଈଷେବଲ୍‍କୁ ଯିଷ୍ରିୟେଲ ଭୂମିରେ ଖାଇବେ ଓ ତାହାକୁ କବର ଦେବା ପାଇଁ କେହି ନ ଥିବ।’” ତହୁଁ ଭବିଷ୍ୟଦ୍‍ବକ୍ତା ଦ୍ୱାର ଫିଟାଇ ପଳାଇଗଲେ।

2 Kings 9:10 (UKJV) And the dogs shall eat Jezebel in the portion of Jezreel, and there shall be none to bury her. And he opened the door, and fled.

8କାରଣ ଆହାବର ସମୁଦାୟ ବଂଶ ବିନଷ୍ଟ ହେବେ ଓ ଆମ୍ଭେ ଇସ୍ରାଏଲ ମଧ୍ୟରେ ଆହାବ ସମ୍ପର୍କୀୟ ପ୍ରତ୍ୟେକ ପୁଂସନ୍ତାନକୁ ଓ ବଦ୍ଧ କି ମୁକ୍ତ ଲୋକକୁ ଉଚ୍ଛିନ୍ନ କରିବା।

9ଆଉ ଆମ୍ଭେ ଆହାବ ବଂଶକୁ ନବାଟର ପୁତ୍ର ଯାରବୀୟାମର ବଂଶ ତୁଲ୍ୟ ଓ ଅହୀୟର ପୁତ୍ର ବାଶାର ବଂଶ ତୁଲ୍ୟ କରିବା।

10ପୁଣି କୁକ୍କୁରମାନେ ଈଷେବଲ୍‍କୁ ଯିଷ୍ରିୟେଲ ଭୂମିରେ ଖାଇବେ ଓ ତାହାକୁ କବର ଦେବା ପାଇଁ କେହି ନ ଥିବ।’” ତହୁଁ ଭବିଷ୍ୟଦ୍‍ବକ୍ତା ଦ୍ୱାର ଫିଟାଇ ପଳାଇଗଲେ।

11ତହିଁରେ ଯେହୂ ବାହାର ହୋଇ ଆପଣା ପ୍ରଭୁର ଦାସମାନଙ୍କ ନିକଟକୁ ଆସନ୍ତେ, ଜଣେ ତାଙ୍କୁ ପଚାରିଲା, “ସବୁ ମଙ୍ଗଳ ତ? ସେ ବାତୁଳଟି କାହିଁକି ତୁମ୍ଭ ନିକଟକୁ ଆସିଥିଲା?” ତହିଁରେ ଯେହୂ ସେମାନଙ୍କୁ କହିଲେ, “ସେ ଲୋକକୁ ଓ ତାହାର କଥା କଅଣ, ତୁମ୍ଭେମାନେ ତ ଜାଣ।”

12ଏଥିରେ ସେମାନେ କହିଲେ, “ଏ ମିଛ; ଏବେ ଆମ୍ଭମାନଙ୍କୁ କୁହ।” ତହୁଁ ଯେହୂ କହିଲେ, “ସେ ମୋତେ ଏପରି ଏପରି କହିଲା, ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.