10ପୁଣି କୁକ୍କୁରମାନେ ଈଷେବଲ୍କୁ ଯିଷ୍ରିୟେଲ ଭୂମିରେ ଖାଇବେ ଓ ତାହାକୁ କବର ଦେବା ପାଇଁ କେହି ନ ଥିବ।’” ତହୁଁ ଭବିଷ୍ୟଦ୍ବକ୍ତା ଦ୍ୱାର ଫିଟାଇ ପଳାଇଗଲେ।
11ତହିଁରେ ଯେହୂ ବାହାର ହୋଇ ଆପଣା ପ୍ରଭୁର ଦାସମାନଙ୍କ ନିକଟକୁ ଆସନ୍ତେ, ଜଣେ ତାଙ୍କୁ ପଚାରିଲା, “ସବୁ ମଙ୍ଗଳ ତ? ସେ ବାତୁଳଟି କାହିଁକି ତୁମ୍ଭ ନିକଟକୁ ଆସିଥିଲା?” ତହିଁରେ ଯେହୂ ସେମାନଙ୍କୁ କହିଲେ, “ସେ ଲୋକକୁ ଓ ତାହାର କଥା କଅଣ, ତୁମ୍ଭେମାନେ ତ ଜାଣ।”
12ଏଥିରେ ସେମାନେ କହିଲେ, “ଏ ମିଛ; ଏବେ ଆମ୍ଭମାନଙ୍କୁ କୁହ।” ତହୁଁ ଯେହୂ କହିଲେ, “ସେ ମୋତେ ଏପରି ଏପରି କହିଲା, ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ।’”
13ତହୁଁ ସେମାନେ ପ୍ରତ୍ୟେକେ ଶୀଘ୍ର ଆପଣା ଆପଣା ବସ୍ତ୍ର ନେଇ ସୋପାନ ଉପରେ ଯେହୂଙ୍କର ତଳେ ରଖିଲେ ଓ ତୂରୀ ବଜାଇ କହିଲେ, “ଯେହୂ ରାଜା ହେଲେ।”
14ଏଥିରେ ନିମ୍ଶିଙ୍କର ପୌତ୍ର ଯିହୋଶାଫଟ୍ଙ୍କର ପୁତ୍ର ଯେହୂ ଯୋରାମ୍ଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ। (ସେସମୟରେ ଯୋରାମ୍ ଓ ସମସ୍ତ ଇସ୍ରାଏଲ ଅରାମର ରାଜା ହସାୟେଲଠାରୁ ରାମୋତ୍-ଗିଲୀୟଦ ରକ୍ଷା କରୁଥିଲେ।