ଦ୍ୱିତୀୟ ରାଜାବଳୀ 9

ତହିଁରେ ଯେହୂ ରଥରେ ଚଢ଼ି ଯିଷ୍ରିୟେଲକୁ ଗଲେ; କାରଣ ସେସ୍ଥାନରେ ଯୋରାମ୍‍ ଶଯ୍ୟାଗତ ହୋଇଥିଲେ। ପୁଣି ଯିହୁଦାର ରାଜା ଅହସୀୟ ଯୋରାମ୍‍ଙ୍କୁ ଦେଖିବାକୁ ଆସିଥିଲେ।

2 Kings 9:16 (UKJV) So Jehu rode in a chariot, and went to Jezreel; for Joram lay there. And Ahaziah king of Judah was come down to see Joram.

14ଏଥିରେ ନିମ୍‍ଶିଙ୍କର ପୌତ୍ର ଯିହୋଶାଫଟ୍‍ଙ୍କର ପୁତ୍ର ଯେହୂ ଯୋରାମ୍‍ଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ। (ସେସମୟରେ ଯୋରାମ୍‍ ଓ ସମସ୍ତ ଇସ୍ରାଏଲ ଅରାମର ରାଜା ହସାୟେଲଠାରୁ ରାମୋତ୍‍-ଗିଲୀୟଦ ରକ୍ଷା କରୁଥିଲେ।

15ମାତ୍ର ଯୋରାମ୍‍ ରାଜା ଅରାମର ରାଜା ହସାୟେଲ ସଙ୍ଗେ ଯୁଦ୍ଧ କରିବା ବେଳେ ଅରାମୀୟ ଲୋକମାନେ ତାଙ୍କୁ ଯେଉଁ କ୍ଷତବିକ୍ଷତ କରିଥିଲେ, ତହିଁରୁ ସେ ସୁସ୍ଥ ହେବା ନିମନ୍ତେ ଯିଷ୍ରିୟେଲକୁ ଫେରି ଯାଇଥିଲେ)। ପୁଣି ଯେହୂ କହିଲେ, “ଯେବେ ଏ ତୁମ୍ଭମାନଙ୍କ ମତ, ତେବେ ଯିଷ୍ରିୟେଲରେ ଏହା ଜଣାଇବା ପାଇଁ କାହାରିକୁ ନଗରର ବାହାରକୁ ପଳାଇ ଯିବାକୁ ନ ଦିଅ।”

16ତହିଁରେ ଯେହୂ ରଥରେ ଚଢ଼ି ଯିଷ୍ରିୟେଲକୁ ଗଲେ; କାରଣ ସେସ୍ଥାନରେ ଯୋରାମ୍‍ ଶଯ୍ୟାଗତ ହୋଇଥିଲେ। ପୁଣି ଯିହୁଦାର ରାଜା ଅହସୀୟ ଯୋରାମ୍‍ଙ୍କୁ ଦେଖିବାକୁ ଆସିଥିଲେ।

17ସେତେବେଳେ ଯିଷ୍ରିୟେଲ ଦୁର୍ଗ ଉପରେ ପ୍ରହରୀ ଠିଆ ହୋଇଥିଲା, ପୁଣି ଯେହୂ ଆସୁ ଆସୁ ପ୍ରହରୀ ତାଙ୍କର ଲୋକଦଳକୁ ଦେଖି କରି କହିଲା, “ମୁଁ ଏକ ଦଳ ଲୋକ ଦେଖୁଅଛି।” ତହିଁରେ ଯୋରାମ୍‍ କହିଲେ, “ଜଣେ ଅଶ୍ୱାରୋହୀକୁ ନେଇ ସେମାନଙ୍କୁ ସାକ୍ଷାତ କରିବା ପାଇଁ ପଠାଅ ଓ ସେ ପଚାରୁ, ‘କୁଶଳ କି?’”

18ତହିଁରେ ଜଣେ ଅଶ୍ୱ ଚଢ଼ି ତାଙ୍କୁ ସାକ୍ଷାତ କରିବାକୁ ଯାଇ କହିଲା, “ରାଜା ପଚାରୁଅଛନ୍ତି, ‘କୁଶଳ କି?’” ତହିଁରେ ଯେହୂ କହିଲେ, “କୁଶଳରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋʼ ପଛକୁ ଯାଅ।” ଏଥିରେ ପ୍ରହରୀ ଜଣାଇ କହିଲା, “ଦୂତ ସେମାନଙ୍କ ନିକଟକୁ ଗଲା, ମାତ୍ର ସେ ଫେରିଆସୁ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.