ଦ୍ୱିତୀୟ ରାଜାବଳୀ 9

ତେବେ ଯେହୂ ଆପଣା ସେନାପତି ବିଦ୍‍କରକୁ କହିଲେ, “ତାହାକୁ ଉଠାଇ ନେଇ ଯିଷ୍ରିୟେଲୀୟ ନାବୋତର କ୍ଷେତ୍ରଭୂମିରେ ପକାଇଦିଅ; କାରଣ ମୁଁ ଓ ତୁମ୍ଭେ ଆରୋହଣ କରି ଏକତ୍ର ତାହାର ପିତା ଆହାବର ପଶ୍ଚାତ୍‍ଗମନ କରିବା ବେଳେ ସଦାପ୍ରଭୁ କିପ୍ରକାରେ ତାହା ଉପରେ ଏହି ଭାରୋକ୍ତି ଥୋଇଥିଲେ, ଏହା ସ୍ମରଣ କର:

2 Kings 9:25 (UKJV) Then said Jehu to Bidkar his captain, Take up, and cast him in the portion of the field of Naboth the Jezreelite: for remember how that, when I and you rode together after Ahab his father, the LORD laid this burden upon him;

23ଏଥିରେ ଯୋରାମ୍‍ ଆପଣା ହସ୍ତ ଫେରାଇ ପଳାଇଲେ ଓ ଅହସୀୟଙ୍କୁ କହିଲେ, “ହେ ଅହସୀୟ, ବିଶ୍ୱାସଘାତକତା ହେଲା।”

24ତହୁଁ ଯେହୂ ଆପଣାର ସମ୍ପୂର୍ଣ୍ଣ ବଳରେ ଧନୁ ଟାଣି ଯୋରାମ୍‍ଙ୍କର ଦୁଇ ବାହୁ ମଧ୍ୟକୁ ମାରନ୍ତେ, ତୀର ତାଙ୍କ ହୃଦୟ ଦେଇ ବାହାରିଗଲା, ତହିଁରେ ସେ ଆପଣା ରଥରେ ନଇଁ ପଡ଼ିଲେ।

25ତେବେ ଯେହୂ ଆପଣା ସେନାପତି ବିଦ୍‍କରକୁ କହିଲେ, “ତାହାକୁ ଉଠାଇ ନେଇ ଯିଷ୍ରିୟେଲୀୟ ନାବୋତର କ୍ଷେତ୍ରଭୂମିରେ ପକାଇଦିଅ; କାରଣ ମୁଁ ଓ ତୁମ୍ଭେ ଆରୋହଣ କରି ଏକତ୍ର ତାହାର ପିତା ଆହାବର ପଶ୍ଚାତ୍‍ଗମନ କରିବା ବେଳେ ସଦାପ୍ରଭୁ କିପ୍ରକାରେ ତାହା ଉପରେ ଏହି ଭାରୋକ୍ତି ଥୋଇଥିଲେ, ଏହା ସ୍ମରଣ କର:

26ଯଥା, ସଦାପ୍ରଭୁ କହନ୍ତି, ‘ଆମ୍ଭେ ନିଶ୍ଚୟ ଗତ କାଲି ନାବୋତର ରକ୍ତ ଓ ତାହାର ପୁତ୍ରମାନଙ୍କ ରକ୍ତ ଦେଖିଲୁ; ପୁଣି ଆମ୍ଭେ ଏହି ଭୂମିରେ ତୁମ୍ଭକୁ ପ୍ରତିଫଳ ଦେବା, ଏହା ସଦାପ୍ରଭୁଙ୍କ ଉକ୍ତି।’ ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ତାହାକୁ ନେଇ ସେହି କ୍ଷେତ୍ରଭୂମିରେ ପକାଇଦିଅ।”

27ମାତ୍ର ଯିହୁଦାର ରାଜା ଅହସୀୟ ଏହା ଦେଖି ଉଦ୍ୟାନ ଗୃହର ପଥ ଦେଇ ପଳାଇଲେ। ତହିଁରେ ଯେହୂ ତାଙ୍କର ପଛେ ପଛେ ଯାଇ କହିଲେ, “ତାହାକୁ ମଧ୍ୟ ରଥରେ ଆଘାତ କର।” ତହୁଁ ସେମାନେ ଯିବ୍ଲିୟିମ ନିକଟସ୍ଥ ଗୂର୍‍ ନାମକ ଉଠାଣି ନିକଟରେ ତାଙ୍କୁ ଆଘାତ କଲେ। ଆଉ ସେ ମଗିଦ୍ଦୋକୁ ପଳାଇ ସେଠାରେ ମଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.