27ମାତ୍ର ଯିହୁଦାର ରାଜା ଅହସୀୟ ଏହା ଦେଖି ଉଦ୍ୟାନ ଗୃହର ପଥ ଦେଇ ପଳାଇଲେ। ତହିଁରେ ଯେହୂ ତାଙ୍କର ପଛେ ପଛେ ଯାଇ କହିଲେ, “ତାହାକୁ ମଧ୍ୟ ରଥରେ ଆଘାତ କର।” ତହୁଁ ସେମାନେ ଯିବ୍ଲିୟିମ ନିକଟସ୍ଥ ଗୂର୍ ନାମକ ଉଠାଣି ନିକଟରେ ତାଙ୍କୁ ଆଘାତ କଲେ। ଆଉ ସେ ମଗିଦ୍ଦୋକୁ ପଳାଇ ସେଠାରେ ମଲେ।
28ତହୁଁ ତାଙ୍କର ଦାସମାନେ ତାଙ୍କୁ ରଥରେ ଯିରୂଶାଲମକୁ ନେଇଗଲେ ଓ ଦାଉଦ-ନଗରରେ ତାଙ୍କର ପିତୃଲୋକଙ୍କ ସହିତ ତାଙ୍କର କବରରେ ତାଙ୍କୁ କବର ଦେଲେ।
29ଆହାବଙ୍କର ପୁତ୍ର ଯୋରାମ୍ଙ୍କ ରାଜତ୍ଵର ଏକାଦଶ ବର୍ଷରେ ଅହସୀୟ ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କରିଥିଲେ।
30ଏଉତ୍ତାରେ ଯେହୂ ଯିଷ୍ରିୟେଲରେ ଉପସ୍ଥିତ ହୁଅନ୍ତେ, ଈଷେବଲ୍ ତାହା ଶୁଣିଲା; ତହୁଁ ସେ ଆପଣା ଚକ୍ଷୁରେ ଅଞ୍ଜନ ଦେଇ ଓ ଆପଣା ମସ୍ତକ ଭୂଷିତ କରି ଝରକା ନିକଟରେ ବାହାରକୁ ଅନାଇଲା।
31ପୁଣି ଯେହୂ ଦ୍ୱାରରେ ପ୍ରବେଶ କରିବା ବେଳେ ଈଷେବଲ୍ କହିଲା, “ହେ ଆପଣା ପ୍ରଭୁର ହତ୍ୟାକାରୀ ସିମ୍ରି, କୁଶଳ କି?”