ଦ୍ୱିତୀୟ ରାଜାବଳୀ 9

ପୁଣି ଯେହୂ ଦ୍ୱାରରେ ପ୍ରବେଶ କରିବା ବେଳେ ଈଷେବଲ୍‍ କହିଲା, “ହେ ଆପଣା ପ୍ରଭୁର ହତ୍ୟାକାରୀ ସିମ୍ରି, କୁଶଳ କି?”

2 Kings 9:31 (UKJV) And as Jehu entered in at the gate, she said, Had Zimri peace, who slew his master?

29ଆହାବଙ୍କର ପୁତ୍ର ଯୋରାମ୍‍ଙ୍କ ରାଜତ୍ଵର ଏକାଦଶ ବର୍ଷରେ ଅହସୀୟ ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କରିଥିଲେ।

30ଏଉତ୍ତାରେ ଯେହୂ ଯିଷ୍ରିୟେଲରେ ଉପସ୍ଥିତ ହୁଅନ୍ତେ, ଈଷେବଲ୍‍ ତାହା ଶୁଣିଲା; ତହୁଁ ସେ ଆପଣା ଚକ୍ଷୁରେ ଅଞ୍ଜନ ଦେଇ ଓ ଆପଣା ମସ୍ତକ ଭୂଷିତ କରି ଝରକା ନିକଟରେ ବାହାରକୁ ଅନାଇଲା।

31ପୁଣି ଯେହୂ ଦ୍ୱାରରେ ପ୍ରବେଶ କରିବା ବେଳେ ଈଷେବଲ୍‍ କହିଲା, “ହେ ଆପଣା ପ୍ରଭୁର ହତ୍ୟାକାରୀ ସିମ୍ରି, କୁଶଳ କି?”

32ଏଥିରେ ଯେହୂ ଝରକା ଆଡ଼େ ଆପଣା ମୁଖ ଉଠାଇ କହିଲେ, “କିଏ ମୋʼ ପକ୍ଷରେ ଅଛି? କିଏ?” ତହୁଁ ତାଙ୍କ ଆଡ଼କୁ ଦୁଇ ବା ତିନି ନପୁଂସକ ଅନାଇଲେ।

33ଏଥିରେ ଯେହୂ କହିଲେ, “ତାକୁ ତଳକୁ ପକାଇଦିଅ।” ତହୁଁ ସେମାନେ ଈଷେବଲ୍‍କୁ ତଳକୁ ପକାଇଦେଲେ; ପୁଣି ତାହାର କିଛି ରକ୍ତ ପ୍ରାଚୀର ଓ ଅଶ୍ୱମାନଙ୍କ ଉପରେ ଛିଟ୍‍କି ପଡ଼ିଲା ଓ ସେ ତାକୁ ପାଦ ତଳେ ଦଳିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.