ଦ୍ୱିତୀୟ ରାଜାବଳୀ 9

ଏଥିଉତ୍ତାରେ ଯେହୂ ଭିତରକୁ ଯାଇ ଭୋଜନପାନ କଲେ; ଆଉ ସେ କହିଲେ, “ଏବେ ସେହି ଅଭିଶପ୍ତ ସ୍ତ୍ରୀର ବିଷୟ ବୁଝ ଓ ତାକୁ କବର ଦିଅ; କାରଣ ସେ ରାଜକନ୍ୟା।”

2 Kings 9:34 (UKJV) And when he was come in, he did eat and drink, and said, Go, see now this cursed woman, and bury her: for she is a king's daughter.

32ଏଥିରେ ଯେହୂ ଝରକା ଆଡ଼େ ଆପଣା ମୁଖ ଉଠାଇ କହିଲେ, “କିଏ ମୋʼ ପକ୍ଷରେ ଅଛି? କିଏ?” ତହୁଁ ତାଙ୍କ ଆଡ଼କୁ ଦୁଇ ବା ତିନି ନପୁଂସକ ଅନାଇଲେ।

33ଏଥିରେ ଯେହୂ କହିଲେ, “ତାକୁ ତଳକୁ ପକାଇଦିଅ।” ତହୁଁ ସେମାନେ ଈଷେବଲ୍‍କୁ ତଳକୁ ପକାଇଦେଲେ; ପୁଣି ତାହାର କିଛି ରକ୍ତ ପ୍ରାଚୀର ଓ ଅଶ୍ୱମାନଙ୍କ ଉପରେ ଛିଟ୍‍କି ପଡ଼ିଲା ଓ ସେ ତାକୁ ପାଦ ତଳେ ଦଳିଲେ।

34ଏଥିଉତ୍ତାରେ ଯେହୂ ଭିତରକୁ ଯାଇ ଭୋଜନପାନ କଲେ; ଆଉ ସେ କହିଲେ, “ଏବେ ସେହି ଅଭିଶପ୍ତ ସ୍ତ୍ରୀର ବିଷୟ ବୁଝ ଓ ତାକୁ କବର ଦିଅ; କାରଣ ସେ ରାଜକନ୍ୟା।”

35ଏଥିରେ ସେମାନେ ତାକୁ କବର ଦେବାକୁ ଗଲେ; ମାତ୍ର ତାହା ମୁଣ୍ଡର ଖପୁରୀ ଓ ପାଦ ଓ ହାତ ପାପୁଲି ଛଡ଼ା ଆଉ କିଛି ପାଇଲେ ନାହିଁ

36ଏହେତୁ ସେମାନେ ଫେରିଆସି ଯେହୂଙ୍କୁ ଜଣାଇଲେ। ତହିଁରେ ସେ କହିଲେ, “ଏ ତ ସଦାପ୍ରଭୁଙ୍କ ବାକ୍ୟ, ସେ ଆପଣା ଦାସ ତିଶ୍‍ବୀୟ ଏଲୀୟଙ୍କ ଦ୍ୱାରା ଏହା କହିଥିଲେ, ଯଥା, ‘ଯିଷ୍ରିୟେଲୀୟ ଭୂମିରେ କୁକ୍କୁରମାନେ ଈଷେବଲ୍‍ର ମାଂସ ଖାଇବେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.