33ଏଥିରେ ଯେହୂ କହିଲେ, “ତାକୁ ତଳକୁ ପକାଇଦିଅ।” ତହୁଁ ସେମାନେ ଈଷେବଲ୍କୁ ତଳକୁ ପକାଇଦେଲେ; ପୁଣି ତାହାର କିଛି ରକ୍ତ ପ୍ରାଚୀର ଓ ଅଶ୍ୱମାନଙ୍କ ଉପରେ ଛିଟ୍କି ପଡ଼ିଲା ଓ ସେ ତାକୁ ପାଦ ତଳେ ଦଳିଲେ।
34ଏଥିଉତ୍ତାରେ ଯେହୂ ଭିତରକୁ ଯାଇ ଭୋଜନପାନ କଲେ; ଆଉ ସେ କହିଲେ, “ଏବେ ସେହି ଅଭିଶପ୍ତ ସ୍ତ୍ରୀର ବିଷୟ ବୁଝ ଓ ତାକୁ କବର ଦିଅ; କାରଣ ସେ ରାଜକନ୍ୟା।”
35ଏଥିରେ ସେମାନେ ତାକୁ କବର ଦେବାକୁ ଗଲେ; ମାତ୍ର ତାହା ମୁଣ୍ଡର ଖପୁରୀ ଓ ପାଦ ଓ ହାତ ପାପୁଲି ଛଡ଼ା ଆଉ କିଛି ପାଇଲେ ନାହିଁ
36ଏହେତୁ ସେମାନେ ଫେରିଆସି ଯେହୂଙ୍କୁ ଜଣାଇଲେ। ତହିଁରେ ସେ କହିଲେ, “ଏ ତ ସଦାପ୍ରଭୁଙ୍କ ବାକ୍ୟ, ସେ ଆପଣା ଦାସ ତିଶ୍ବୀୟ ଏଲୀୟଙ୍କ ଦ୍ୱାରା ଏହା କହିଥିଲେ, ଯଥା, ‘ଯିଷ୍ରିୟେଲୀୟ ଭୂମିରେ କୁକ୍କୁରମାନେ ଈଷେବଲ୍ର ମାଂସ ଖାଇବେ;
37ଆଉ ଯିଷ୍ରିୟେଲୀୟ ଭୂମିରେ ଈଷେବଲ୍ର ଶବ କ୍ଷେତ୍ର ଉପରେ ଖତ ପରି ହେବ; ତହିଁରେ ଏ ଈଷେବଲ୍ ବୋଲି ଲୋକେ କହିବେ ନାହିଁ।’”