ଦ୍ୱିତୀୟ ରାଜାବଳୀ 9

ଆଉ ସେ ଉପସ୍ଥିତ ହେବା ବେଳେ ଦେଖ, ସେନାପତିମାନେ ବସିଅଛନ୍ତି; ତହିଁରେ ସେ କହିଲେ, “ହେ ସେନାପତି, ତୁମ୍ଭଠାରେ ମୋହର ଏକ କାର୍ଯ୍ୟ ଅଛି।” ତହୁଁ ଯେହୂ କହିଲେ, “ଆମ୍ଭ ସମସ୍ତଙ୍କ ମଧ୍ୟରୁ କାହାଠାରେ?” ତହିଁରେ ସେ କହିଲେ, “ହେ ସେନାପତି, ତୁମ୍ଭଠାରେ।”

2 Kings 9:5 (UKJV) And when he came, behold, the captains of the host were sitting; and he said, I have an errand to you, O captain. And Jehu said, Unto which of all us? And he said, To you, O captain.

3ପୁଣି ତୈଳ ଶିଶି ନେଇ ତାଙ୍କ ମସ୍ତକରେ ଢାଳି କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛୁ।’ ତହୁଁ ତୁମ୍ଭେ ଦ୍ୱାର ଫିଟାଇ ପଳାଇ ଯାଅ ଓ ବିଳମ୍ବ ନ କର।”

4ତହିଁରେ ସେ ଯୁବା, ଅର୍ଥାତ୍‍, ସେହି ଯୁବା ଭବିଷ୍ୟଦ୍‍ବକ୍ତା ରାମୋତ୍‍-ଗିଲୀୟଦକୁ ଗଲେ।

5ଆଉ ସେ ଉପସ୍ଥିତ ହେବା ବେଳେ ଦେଖ, ସେନାପତିମାନେ ବସିଅଛନ୍ତି; ତହିଁରେ ସେ କହିଲେ, “ହେ ସେନାପତି, ତୁମ୍ଭଠାରେ ମୋହର ଏକ କାର୍ଯ୍ୟ ଅଛି।” ତହୁଁ ଯେହୂ କହିଲେ, “ଆମ୍ଭ ସମସ୍ତଙ୍କ ମଧ୍ୟରୁ କାହାଠାରେ?” ତହିଁରେ ସେ କହିଲେ, “ହେ ସେନାପତି, ତୁମ୍ଭଠାରେ।”

6ଏଥିରେ ସେ ଉଠି ଗୃହ ଭିତରକୁ ଗଲେ; ତହୁଁ ଭବିଷ୍ୟଦ୍‍ବକ୍ତା ତାଙ୍କର ମସ୍ତକରେ ତୈଳ ଢାଳି ତାଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ସଦାପ୍ରଭୁଙ୍କ ଲୋକ, ଅର୍ଥାତ୍‍, ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ।

7ପୁଣି ଆମ୍ଭେ ଯେପରି ଈଷେବଲ୍‍ ହସ୍ତରୁ ଆମ୍ଭ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କ ରକ୍ତର ଓ ସଦାପ୍ରଭୁଙ୍କ ଦାସସମୂହର ରକ୍ତର ପରିଶୋଧ ନେବୁ, ଏଥିପାଇଁ ତୁମ୍ଭେ ଆପଣା ପ୍ରଭୁ ଆହାବର ବଂଶକୁ ଆଘାତ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.