୨ ପିତର 1

ଆଉ ଏହି ପ୍ରକାରେ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନନ୍ତ ରାଜ୍ୟରେ ସ୍ୱଚ୍ଛନ୍ଦରେ ପ୍ରବେଶ କରିବାକୁ ତୁମ୍ଭମାନଙ୍କୁ ଦିଆଯିବ।

2 Peter 1:11 (UKJV) For so an entrance shall be ministered unto you abundantly into the everlasting kingdom of our Lord and Saviour Jesus Christ.

9ମାତ୍ର ଏହିସବୁ ଯାହାଠାରେ ନାହିଁ, ସେ ଦୂରଦର୍ଶୀ ନ ହୋଇ ଅନ୍ଧ ହୋଇଅଛି, ପୁଣି, ଆପଣା ପୂର୍ବକୃତ ପାପରୁ ପରିଷ୍କୃତ ହେବା ବିଷୟ ପାସୋରି ଯାଇଅଛି।

10ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ୱାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯତ୍ନଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେ ହେଁ ଝୁଣ୍ଟିପଡ଼ିବ ନାହିଁ।

11ଆଉ ଏହି ପ୍ରକାରେ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନନ୍ତ ରାଜ୍ୟରେ ସ୍ୱଚ୍ଛନ୍ଦରେ ପ୍ରବେଶ କରିବାକୁ ତୁମ୍ଭମାନଙ୍କୁ ଦିଆଯିବ।

12ଅତଏବ, ତୁମ୍ଭେମାନେ ଯଦ୍ୟପି ଏହିସବୁ ବିଷୟ ଜାଣ ଓ ପ୍ରାପ୍ତ ସତ୍ୟରେ ସ୍ଥିରୀକୃତ ହୋଇଅଛ, ତଥାପି ମୁଁ ଏହିସବୁ ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ସର୍ବଦା ପ୍ରସ୍ତୁତ ହୋଇ ରହିବି।

13ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ଯେପରି ଜଣାଇ ଅଛନ୍ତି, ତଦନୁସାରେ ଶୀଘ୍ର ମୋତେ ଏହି ଶରୀରରୂପ ତମ୍ବୁ ଯେ ତ୍ୟାଗ କରିବାକୁ ହେବ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.