୨ ପିତର 1

ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ଯେପରି ଜଣାଇ ଅଛନ୍ତି, ତଦନୁସାରେ ଶୀଘ୍ର ମୋତେ ଏହି ଶରୀରରୂପ ତମ୍ବୁ ଯେ ତ୍ୟାଗ କରିବାକୁ ହେବ,

2 Peter 1:13 (UKJV) Yea, I think it meet, as long as I am in this tabernacle, to stir you up by putting you in remembrance;

11ଆଉ ଏହି ପ୍ରକାରେ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନନ୍ତ ରାଜ୍ୟରେ ସ୍ୱଚ୍ଛନ୍ଦରେ ପ୍ରବେଶ କରିବାକୁ ତୁମ୍ଭମାନଙ୍କୁ ଦିଆଯିବ।

12ଅତଏବ, ତୁମ୍ଭେମାନେ ଯଦ୍ୟପି ଏହିସବୁ ବିଷୟ ଜାଣ ଓ ପ୍ରାପ୍ତ ସତ୍ୟରେ ସ୍ଥିରୀକୃତ ହୋଇଅଛ, ତଥାପି ମୁଁ ଏହିସବୁ ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ସର୍ବଦା ପ୍ରସ୍ତୁତ ହୋଇ ରହିବି।

13ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ଯେପରି ଜଣାଇ ଅଛନ୍ତି, ତଦନୁସାରେ ଶୀଘ୍ର ମୋତେ ଏହି ଶରୀରରୂପ ତମ୍ବୁ ଯେ ତ୍ୟାଗ କରିବାକୁ ହେବ,

14ଏହା ଜାଣି, ଯେପର୍ଯ୍ୟନ୍ତ ଏହି ତମ୍ବୁରେ ଥାଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ସ୍ମରଣ କରାଇ ଜାଗ୍ରତ କରାଇବା ବିହିତ ମନେ କରୁଅଛି।

15ଆଉ ମୋହର ମହାପ୍ରସ୍ଥାନ ଉତ୍ତାରେ ତୁମ୍ଭେମାନେ ଏହି ସମସ୍ତ ବିଷୟ ଯେପରି ସର୍ବଦା ସ୍ମରଣରେ ଆଣି ପାରିବ, ଏଥିନିମନ୍ତେ ମୁଁ ଯତ୍ନ କରିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.