12ଅତଏବ, ତୁମ୍ଭେମାନେ ଯଦ୍ୟପି ଏହିସବୁ ବିଷୟ ଜାଣ ଓ ପ୍ରାପ୍ତ ସତ୍ୟରେ ସ୍ଥିରୀକୃତ ହୋଇଅଛ, ତଥାପି ମୁଁ ଏହିସବୁ ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ସର୍ବଦା ପ୍ରସ୍ତୁତ ହୋଇ ରହିବି।
13ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ଯେପରି ଜଣାଇ ଅଛନ୍ତି, ତଦନୁସାରେ ଶୀଘ୍ର ମୋତେ ଏହି ଶରୀରରୂପ ତମ୍ବୁ ଯେ ତ୍ୟାଗ କରିବାକୁ ହେବ,
14ଏହା ଜାଣି, ଯେପର୍ଯ୍ୟନ୍ତ ଏହି ତମ୍ବୁରେ ଥାଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ସ୍ମରଣ କରାଇ ଜାଗ୍ରତ କରାଇବା ବିହିତ ମନେ କରୁଅଛି।
15ଆଉ ମୋହର ମହାପ୍ରସ୍ଥାନ ଉତ୍ତାରେ ତୁମ୍ଭେମାନେ ଏହି ସମସ୍ତ ବିଷୟ ଯେପରି ସର୍ବଦା ସ୍ମରଣରେ ଆଣି ପାରିବ, ଏଥିନିମନ୍ତେ ମୁଁ ଯତ୍ନ କରିବି।
16କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ବନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ।