16କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ବନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ।
17ଯେଣୁ ଯେତେବେଳେ ମହା ଗୌରବ ମଧ୍ୟରୁ ତାହାଙ୍କ ପ୍ରତି ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ, ସେତେବେଳେ ସେ ପିତା ଈଶ୍ବରଙ୍କଠାରୁ ସମ୍ଭ୍ରମ ଓ ଗୌରବପ୍ରାପ୍ତ ହେଲେ;
18ଆମ୍ଭେମାନେ ତାହାଙ୍କ ସହିତ ପବିତ୍ର ପର୍ବତରେ ଥିବାବେଳେ ନିଜେ ଆକାଶରୁ ନିର୍ଗତ ଏହି ବାଣୀ ଶୁଣିଲୁ।
19ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ।
20ପ୍ରଥମରେ ଏହା ଜ୍ଞାତ ହୁଅ ଯେ, ଶାସ୍ତ୍ରର କୌଣସି ଭାବବାଣୀ ସ୍ୱତନ୍ତ୍ର ଭାବରେ ବ୍ୟାଖ୍ୟା କରିବାର ବିଷୟ ନୁହେଁ,