୨ ପିତର 1

ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ।

2 Peter 1:19 (UKJV) We have also a more sure word of prophecy; unto which all of you do well that all of you take heed, as unto a light that shines in a dark place, until the day dawn, and the day star arise in your hearts:

17ଯେଣୁ ଯେତେବେଳେ ମହା ଗୌରବ ମଧ୍ୟରୁ ତାହାଙ୍କ ପ୍ରତି ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ, ସେତେବେଳେ ସେ ପିତା ଈଶ୍ବରଙ୍କଠାରୁ ସମ୍ଭ୍ରମ ଓ ଗୌରବପ୍ରାପ୍ତ ହେଲେ;

18ଆମ୍ଭେମାନେ ତାହାଙ୍କ ସହିତ ପବିତ୍ର ପର୍ବତରେ ଥିବାବେଳେ ନିଜେ ଆକାଶରୁ ନିର୍ଗତ ଏହି ବାଣୀ ଶୁଣିଲୁ।

19ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ।

20ପ୍ରଥମରେ ଏହା ଜ୍ଞାତ ହୁଅ ଯେ, ଶାସ୍ତ୍ରର କୌଣସି ଭାବବାଣୀ ସ୍ୱତନ୍ତ୍ର ଭାବରେ ବ୍ୟାଖ୍ୟା କରିବାର ବିଷୟ ନୁହେଁ,

21କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ବର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ କଥା କହିଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.