1ଶିମୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ବର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ୱାସ ପ୍ରାପ୍ତ କରିଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।
2ଈଶ୍ବର ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ବିଷୟକ ଜ୍ଞାନ ଦ୍ୱାରା ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ଓ ଶାନ୍ତି ପ୍ରଚୁର ପରିମାଣରେ ହେଉ।
3ଈଶ୍ବର ଆପଣା ଗୌରବ ଓ ସଦ୍ଗୁଣରେ ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ୱାରା ତାହାଙ୍କ ଐଶ୍ବରୀୟ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି।
4ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହିସବୁ ଦ୍ୱାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ବରୀୟ ସ୍ୱଭାବର ସହଭାଗୀ ହୁଅ।