୨ ପିତର 1

ଈଶ୍ବର ଆପଣା ଗୌରବ ଓ ସଦ୍‍ଗୁଣରେ ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ୱାରା ତାହାଙ୍କ ଐଶ୍ବରୀୟ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି।

2 Peter 1:3 (UKJV) According as his divine power has given unto us all things that pertain unto life and godliness, through the knowledge of him that has called us to glory and virtue:

1ଶିମୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ବର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ୱାସ ପ୍ରାପ୍ତ କରିଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।

2ଈଶ୍ବର ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ବିଷୟକ ଜ୍ଞାନ ଦ୍ୱାରା ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ଓ ଶାନ୍ତି ପ୍ରଚୁର ପରିମାଣରେ ହେଉ।

3ଈଶ୍ବର ଆପଣା ଗୌରବ ଓ ସଦ୍‍ଗୁଣରେ ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ୱାରା ତାହାଙ୍କ ଐଶ୍ବରୀୟ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି।

4ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ‍ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହିସବୁ ଦ୍ୱାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ବରୀୟ ସ୍ୱଭାବର ସହଭାଗୀ ହୁଅ।

5ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ଦ୍ୱାରା ସଦ୍‍ଗୁଣ, ସଦ୍‍ଗୁଣ ଦ୍ୱାରା ଜ୍ଞାନ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.