3ଈଶ୍ବର ଆପଣା ଗୌରବ ଓ ସଦ୍ଗୁଣରେ ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ୱାରା ତାହାଙ୍କ ଐଶ୍ବରୀୟ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି।
4ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହିସବୁ ଦ୍ୱାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ବରୀୟ ସ୍ୱଭାବର ସହଭାଗୀ ହୁଅ।
5ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ଦ୍ୱାରା ସଦ୍ଗୁଣ, ସଦ୍ଗୁଣ ଦ୍ୱାରା ଜ୍ଞାନ,
6ଜ୍ଞାନ ଦ୍ୱାରା ସଂଯମ, ସଂଯମ ଦ୍ୱାରା ଧୈର୍ଯ୍ୟ, ଧୈର୍ଯ୍ୟ ଦ୍ୱାରା ଧର୍ମପରାୟଣତା,
7ଧର୍ମପରାୟଣତା ଦ୍ୱାରା ଭ୍ରାତୃପ୍ରେମ, ପୁଣି, ଭ୍ରାତୃପ୍ରେମ ଦ୍ୱାରା ପ୍ରେମ ଲାଭ କର।