4ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହିସବୁ ଦ୍ୱାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ବରୀୟ ସ୍ୱଭାବର ସହଭାଗୀ ହୁଅ।
5ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ଦ୍ୱାରା ସଦ୍ଗୁଣ, ସଦ୍ଗୁଣ ଦ୍ୱାରା ଜ୍ଞାନ,
6ଜ୍ଞାନ ଦ୍ୱାରା ସଂଯମ, ସଂଯମ ଦ୍ୱାରା ଧୈର୍ଯ୍ୟ, ଧୈର୍ଯ୍ୟ ଦ୍ୱାରା ଧର୍ମପରାୟଣତା,
7ଧର୍ମପରାୟଣତା ଦ୍ୱାରା ଭ୍ରାତୃପ୍ରେମ, ପୁଣି, ଭ୍ରାତୃପ୍ରେମ ଦ୍ୱାରା ପ୍ରେମ ଲାଭ କର।
8ଏହିସବୁ ତୁମ୍ଭମାନଙ୍କଠାରେ ବୃଦ୍ଧି ପାଇଲେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନରେ ପୂର୍ଣ୍ଣତା ଲାଭ କରିବା ନିମନ୍ତେ ତୁମ୍ଭମାନଙ୍କୁ ଶିଥିଳ ଓ ଫଳଶୂନ୍ୟ ହେବାକୁ ଦେବ ନାହିଁ।