୨ ପିତର 2

ଯଦ୍ୟପି ଅଧିକ ଶକ୍ତି ଓ ପରାକ୍ରମଶାଳୀ ଦୂତମାନେ ପ୍ରଭୁଙ୍କ ଛାମୁରେ ନିନ୍ଦା କରି ସେମାନଙ୍କର ବିଚାର କରନ୍ତି ନାହିଁ।

2 Peter 2:11 (UKJV) Whereas angels, which are greater in power and might, bring not railing accusation against them before the Lord.

9ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି।

10ସେମାନେ ଦୁଃସାହସୀ ଓ ସ୍ୱେଚ୍ଛାଚାରୀ ହୋଇ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରିବାକୁ ଭୟ କରନ୍ତି ନାହିଁ,

11ଯଦ୍ୟପି ଅଧିକ ଶକ୍ତି ଓ ପରାକ୍ରମଶାଳୀ ଦୂତମାନେ ପ୍ରଭୁଙ୍କ ଛାମୁରେ ନିନ୍ଦା କରି ସେମାନଙ୍କର ବିଚାର କରନ୍ତି ନାହିଁ।

12କିନ୍ତୁ ଏମାନେ ଅଜ୍ଞାନ ପଶୁ ତୁଲ୍ୟ ସ୍ୱଭାବାନୁସାରେ ଧୃତ ଓ ବିନଷ୍ଟ ହେବା ନିମନ୍ତେ ଜାତ ହୋଇ, ଯେଉଁ ଯେଉଁ ବିଷୟ ଅଜ୍ଞାତ, ସେହି ସେହି ବିଷୟର ନିନ୍ଦା କରି ସେଗୁଡ଼ାକର ବିନାଶରେ ନିଜେ ବିନଷ୍ଟ ହେବେ,

13ପୁଣି, ଅନ୍ୟାୟ ବେତନ ସ୍ୱରୂପେ ଅଧର୍ମର ଫଳ ଭୋଗ କରିବେ; ସେମାନେ ଦିନବେଳେ ବିଳାସ କରିବାରେ ସୁଖ ପାଆନ୍ତି, ପୁଣି, କଳଙ୍କ ଓ ନିନ୍ଦାର କାରଣ ହୋଇ ତୁମ୍ଭମାନଙ୍କ ସହିତ ଭୋଜନପାନରେ ସୁଖ ପାଇବା ସମୟରେ ଆପଣାମାନଙ୍କର ଭ୍ରଷ୍ଟ କଳ୍ପନାରେ ଉନ୍ମତ୍ତ ହୁଅନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.