୨ ପିତର 2

କିନ୍ତୁ ସେ ଆପଣା ଅପରାଧ ସକାଶେ ଅନୁଯୋଗ ପ୍ରାପ୍ତ ହେଲା, ଗୋଟିଏ ମୂକ ପଶୁ ମନୁଷ୍ୟ ସ୍ୱରରେ କଥା କହି ଭାବବାଦୀର ଉନ୍ମତ୍ତତା ନିବୃତ୍ତ କଲା।

2 Peter 2:16 (UKJV) But was rebuked for his iniquity: the dumb ass speaking with man's voice forbad the madness of the prophet.

14ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,

15ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;

16କିନ୍ତୁ ସେ ଆପଣା ଅପରାଧ ସକାଶେ ଅନୁଯୋଗ ପ୍ରାପ୍ତ ହେଲା, ଗୋଟିଏ ମୂକ ପଶୁ ମନୁଷ୍ୟ ସ୍ୱରରେ କଥା କହି ଭାବବାଦୀର ଉନ୍ମତ୍ତତା ନିବୃତ୍ତ କଲା।

17ସେମାନେ ନିର୍ଜଳର ନିର୍ଝର ଓ ପ୍ରଚଣ୍ଡ ବାୟୁରେ ଚାଳିତ ମେଘ ତୁଲ୍ୟ, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ରକ୍ଷିତ ହୋଇଅଛି।

18କାରଣ ସେମାନେ ନିରର୍ଥକ ଅହଙ୍କାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.