୨ ପିତର 2

ସେମାନେ ନିର୍ଜଳର ନିର୍ଝର ଓ ପ୍ରଚଣ୍ଡ ବାୟୁରେ ଚାଳିତ ମେଘ ତୁଲ୍ୟ, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ରକ୍ଷିତ ହୋଇଅଛି।

2 Peter 2:17 (UKJV) These are wells without water, clouds that are carried with a tempest; to whom the mist of darkness is reserved for ever.

15ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;

16କିନ୍ତୁ ସେ ଆପଣା ଅପରାଧ ସକାଶେ ଅନୁଯୋଗ ପ୍ରାପ୍ତ ହେଲା, ଗୋଟିଏ ମୂକ ପଶୁ ମନୁଷ୍ୟ ସ୍ୱରରେ କଥା କହି ଭାବବାଦୀର ଉନ୍ମତ୍ତତା ନିବୃତ୍ତ କଲା।

17ସେମାନେ ନିର୍ଜଳର ନିର୍ଝର ଓ ପ୍ରଚଣ୍ଡ ବାୟୁରେ ଚାଳିତ ମେଘ ତୁଲ୍ୟ, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ରକ୍ଷିତ ହୋଇଅଛି।

18କାରଣ ସେମାନେ ନିରର୍ଥକ ଅହଙ୍କାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;

19ସେମାନେ ସେମାନଙ୍କୁ ସ୍ୱାଧୀନତାର ପ୍ରତିଜ୍ଞା ଦିଅନ୍ତି, କିନ୍ତୁ ନିଜେ ବିନାଶର ଦାସ ଅଟନ୍ତି; କାରଣ ଯେ ଯାହା ଦ୍ୱାରା ପରାସ୍ତ ହୁଏ, ସେ ସେଥିର ଦାସ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.