16କିନ୍ତୁ ସେ ଆପଣା ଅପରାଧ ସକାଶେ ଅନୁଯୋଗ ପ୍ରାପ୍ତ ହେଲା, ଗୋଟିଏ ମୂକ ପଶୁ ମନୁଷ୍ୟ ସ୍ୱରରେ କଥା କହି ଭାବବାଦୀର ଉନ୍ମତ୍ତତା ନିବୃତ୍ତ କଲା।
17ସେମାନେ ନିର୍ଜଳର ନିର୍ଝର ଓ ପ୍ରଚଣ୍ଡ ବାୟୁରେ ଚାଳିତ ମେଘ ତୁଲ୍ୟ, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ରକ୍ଷିତ ହୋଇଅଛି।
18କାରଣ ସେମାନେ ନିରର୍ଥକ ଅହଙ୍କାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;
19ସେମାନେ ସେମାନଙ୍କୁ ସ୍ୱାଧୀନତାର ପ୍ରତିଜ୍ଞା ଦିଅନ୍ତି, କିନ୍ତୁ ନିଜେ ବିନାଶର ଦାସ ଅଟନ୍ତି; କାରଣ ଯେ ଯାହା ଦ୍ୱାରା ପରାସ୍ତ ହୁଏ, ସେ ସେଥିର ଦାସ।
20ଯେଣୁ ସେମାନେ ଯଦି ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନ ଦ୍ୱାରା ସଂସାରର ଅଶୁଚିତାରୁ ରକ୍ଷା ପାଇ ପୁନର୍ବାର ସେଥିର ବନ୍ଧନରେ ଆବଦ୍ଧ ହୋଇ ପରାସ୍ତ ହୁଅନ୍ତି, ତାହାହେଲେ ସେମାନଙ୍କ ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ।