19ସେମାନେ ସେମାନଙ୍କୁ ସ୍ୱାଧୀନତାର ପ୍ରତିଜ୍ଞା ଦିଅନ୍ତି, କିନ୍ତୁ ନିଜେ ବିନାଶର ଦାସ ଅଟନ୍ତି; କାରଣ ଯେ ଯାହା ଦ୍ୱାରା ପରାସ୍ତ ହୁଏ, ସେ ସେଥିର ଦାସ।
20ଯେଣୁ ସେମାନେ ଯଦି ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନ ଦ୍ୱାରା ସଂସାରର ଅଶୁଚିତାରୁ ରକ୍ଷା ପାଇ ପୁନର୍ବାର ସେଥିର ବନ୍ଧନରେ ଆବଦ୍ଧ ହୋଇ ପରାସ୍ତ ହୁଅନ୍ତି, ତାହାହେଲେ ସେମାନଙ୍କ ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ।
21କାରଣ ଧାର୍ମିକତାର ମାର୍ଗ ଜାଣି ଆପଣାମାନଙ୍କ ନିକଟରେ ସମର୍ପିତ ପବିତ୍ର ଆଜ୍ଞାରୁ ବିମୁଖ ହେବା ଅପେକ୍ଷା ବରଂ ସେହି ମାର୍ଗ ନ ଜାଣିବା ସେମାନଙ୍କ ପକ୍ଷରେ ଭଲ ହୋଇଥାଆନ୍ତା।
22କୁକୁର ଆପଣା ବାନ୍ତି ଖାଇବାକୁ ଓ ଧୌତ ହୋଇଥିବା ଘୁଷୁରି କାଦୁଅରେ ଲୋଟିବାକୁ ପୁନର୍ବାର ଫେରେ, ଏହି ସତ୍ୟ ଦୃଷ୍ଟାନ୍ତବାକ୍ୟ ସେମାନଙ୍କ ପ୍ରତି ଘଟିଅଛି।