1କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।
2ଆଉ, ଅନେକେ ସେମାନଙ୍କ କାମୁକତାର ଅନୁଗାମୀ ହେବେ, ଫଳତଃ ଏମାନଙ୍କ ହେତୁ ସତ୍ୟ ମାର୍ଗ ନିନ୍ଦିତ ହେବ।
3ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।
4କାରଣ ଈଶ୍ବର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନର୍କରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ୱରରେ ରଖିଅଛନ୍ତି
5ସେ ପୁରାତନ ଜଗତକୁ ମଧ୍ୟ ଛାଡ଼ିଲେ ନାହିଁ, କିନ୍ତୁ କେବଳ ଧର୍ମପ୍ରଚାରକ ନୋହଙ୍କୁ ଅନ୍ୟ ସାତ ଜଣ ସହିତ ରକ୍ଷା କରି ଧର୍ମଭ୍ରଷ୍ଟ ଜଗତରେ ଜଳପ୍ଳାବନ ଘଟାଇଲେ;