5ସେ ପୁରାତନ ଜଗତକୁ ମଧ୍ୟ ଛାଡ଼ିଲେ ନାହିଁ, କିନ୍ତୁ କେବଳ ଧର୍ମପ୍ରଚାରକ ନୋହଙ୍କୁ ଅନ୍ୟ ସାତ ଜଣ ସହିତ ରକ୍ଷା କରି ଧର୍ମଭ୍ରଷ୍ଟ ଜଗତରେ ଜଳପ୍ଳାବନ ଘଟାଇଲେ;
6ସେ ସଦୋମ ଓ ଗମୋରା ନଗରସବୁକୁ ଭସ୍ମରେ ପରିଣତ କରି ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇବା ନିମନ୍ତେ ଦଣ୍ଡାଜ୍ଞା ଦେଲେ ଓ ସେମାନଙ୍କୁ ଭବିଷ୍ୟତକାଳର ଅଧାର୍ମିକମାନଙ୍କ ଦୃଷ୍ଟାନ୍ତ ସ୍ୱରୂପ କଲେ,
7ପୁଣି, ସେ ଦୂରାଚାରୀମାନଙ୍କ କାମୁକତାପୂର୍ଣ୍ଣ ଆଚରଣରେ ବ୍ୟଥିତ ଧାର୍ମିକ ଲୋଟଙ୍କୁ ଉଦ୍ଧାର କଲେ,
8ଯେଣୁ ସେହି ଧାର୍ମିକ ଲୋକ ସେମାନଙ୍କ ମଧ୍ୟରେ ବାସ କରି ସେମାନଙ୍କ ଅନ୍ୟାୟ କାର୍ଯ୍ୟ ଦେଖି ଓ ସେ ବିଷୟ ଶୁଣି ପ୍ରତିଦିନ ଆପଣା ଧର୍ମପରାୟଣ ପ୍ରାଣରେ ଯନ୍ତ୍ରଣା ଭୋଗ କଲେ।
9ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି।