7ପୁଣି, ସେ ଦୂରାଚାରୀମାନଙ୍କ କାମୁକତାପୂର୍ଣ୍ଣ ଆଚରଣରେ ବ୍ୟଥିତ ଧାର୍ମିକ ଲୋଟଙ୍କୁ ଉଦ୍ଧାର କଲେ,
8ଯେଣୁ ସେହି ଧାର୍ମିକ ଲୋକ ସେମାନଙ୍କ ମଧ୍ୟରେ ବାସ କରି ସେମାନଙ୍କ ଅନ୍ୟାୟ କାର୍ଯ୍ୟ ଦେଖି ଓ ସେ ବିଷୟ ଶୁଣି ପ୍ରତିଦିନ ଆପଣା ଧର୍ମପରାୟଣ ପ୍ରାଣରେ ଯନ୍ତ୍ରଣା ଭୋଗ କଲେ।
9ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି।
10ସେମାନେ ଦୁଃସାହସୀ ଓ ସ୍ୱେଚ୍ଛାଚାରୀ ହୋଇ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରିବାକୁ ଭୟ କରନ୍ତି ନାହିଁ,
11ଯଦ୍ୟପି ଅଧିକ ଶକ୍ତି ଓ ପରାକ୍ରମଶାଳୀ ଦୂତମାନେ ପ୍ରଭୁଙ୍କ ଛାମୁରେ ନିନ୍ଦା କରି ସେମାନଙ୍କର ବିଚାର କରନ୍ତି ନାହିଁ।