୨ ପିତର 3

ସେହି ଈଶ୍ବରଙ୍କ ନ୍ୟାୟବିଚାର ଦିନର ଅପେକ୍ଷା କରି, ତାହା ଯେପରି ଶୀଘ୍ର ଆସିବ, ଏଥିପାଇଁ ତୁମ୍ଭେମାନେ ସଦାଚାରୀ ଓ ଧର୍ମପରାୟଣ ହେବା ଉଚିତ।

2 Peter 3:12 (UKJV) Looking for and hasting unto the coming of the day of God, wherein the heavens being on fire shall be dissolved, and the elements shall melt with fervent heat?

10ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।

11ଏହି ସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଈଶ୍ବରଙ୍କ ଯେଉଁ ଦିନରେ ଆକାଶମଣ୍ଡଳ ଜ୍ୱଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ,

12ସେହି ଈଶ୍ବରଙ୍କ ନ୍ୟାୟବିଚାର ଦିନର ଅପେକ୍ଷା କରି, ତାହା ଯେପରି ଶୀଘ୍ର ଆସିବ, ଏଥିପାଇଁ ତୁମ୍ଭେମାନେ ସଦାଚାରୀ ଓ ଧର୍ମପରାୟଣ ହେବା ଉଚିତ।

13ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଗୋଟିଏ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀର ଅପେକ୍ଷାରେ ଅଛୁ, ଯାହା ଧାର୍ମିକତାର ଆବାସସ୍ଥଳ ହେବ।

14ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.