୨ ପିତର 3

ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଗୋଟିଏ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀର ଅପେକ୍ଷାରେ ଅଛୁ, ଯାହା ଧାର୍ମିକତାର ଆବାସସ୍ଥଳ ହେବ।

2 Peter 3:13 (UKJV) Nevertheless we, according to his promise, look for new heavens and a new earth, wherein dwells righteousness.

11ଏହି ସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଈଶ୍ବରଙ୍କ ଯେଉଁ ଦିନରେ ଆକାଶମଣ୍ଡଳ ଜ୍ୱଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ,

12ସେହି ଈଶ୍ବରଙ୍କ ନ୍ୟାୟବିଚାର ଦିନର ଅପେକ୍ଷା କରି, ତାହା ଯେପରି ଶୀଘ୍ର ଆସିବ, ଏଥିପାଇଁ ତୁମ୍ଭେମାନେ ସଦାଚାରୀ ଓ ଧର୍ମପରାୟଣ ହେବା ଉଚିତ।

13ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଗୋଟିଏ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀର ଅପେକ୍ଷାରେ ଅଛୁ, ଯାହା ଧାର୍ମିକତାର ଆବାସସ୍ଥଳ ହେବ।

14ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର;

15ପୁଣି, ଆମ୍ଭମାନଙ୍କ ପ୍ରଭୁଙ୍କର ଦୀର୍ଘସହିଷ୍ଣୁତା ତ୍ରାଣଜନକ ବୋଲି ଜ୍ଞାନ କର। ଆମ୍ଭମାନଙ୍କ ପ୍ରିୟ ଭ୍ରାତା ପାଉଲ ମଧ୍ୟ ଆପଣାକୁ ଦିଆଯାଇଥିବା ଜ୍ଞାନାନୁସାରେ ତୁମ୍ଭମାନଙ୍କ ନିକଟକୁ ସେପରି ଲେଖିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.