୨ ପିତର 3

ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ପୂର୍ବରୁ ଏହିସବୁ ଜାଣି ସତର୍କ ହୋଇଥାଅ, କାଳେ ଦୂରାଚାରୀମାନଙ୍କ ଭ୍ରାନ୍ତିରେ ପଡ଼ି ତୁମ୍ଭେମାନେ ମଧ୍ୟ ଆପଣାମାନଙ୍କ ଦୃଢ଼ତାରୁ ସ୍ଖଳିତ ହୁଅ,

2 Peter 3:17 (UKJV) All of you therefore, beloved, seeing all of you know these things before, beware lest all of you also, being led away with the error of the wicked, fall from your own steadfastness.

15ପୁଣି, ଆମ୍ଭମାନଙ୍କ ପ୍ରଭୁଙ୍କର ଦୀର୍ଘସହିଷ୍ଣୁତା ତ୍ରାଣଜନକ ବୋଲି ଜ୍ଞାନ କର। ଆମ୍ଭମାନଙ୍କ ପ୍ରିୟ ଭ୍ରାତା ପାଉଲ ମଧ୍ୟ ଆପଣାକୁ ଦିଆଯାଇଥିବା ଜ୍ଞାନାନୁସାରେ ତୁମ୍ଭମାନଙ୍କ ନିକଟକୁ ସେପରି ଲେଖିଅଛନ୍ତି।

16ସେ ଆପଣାର ସମସ୍ତ ପତ୍ରରେ ମଧ୍ୟ ଏହିସବୁ ବିଷୟ ଉଲ୍ଲେଖ କରି ସେହି ପ୍ରକାରେ କହନ୍ତି; ସେହି ସବୁରେ ଏପରି କେତେକ ବିଷୟ ଅଛି, ଯାହାକି ବୁଝିବାକୁ ଜଟିଳ, ପୁଣି, ଅଶିକ୍ଷିତ ଚଞ୍ଚଳମତି ଲୋକେ ଆପଣା ଆପଣା ବିନାଶାର୍ଥେ ଅନ୍ୟ ସମସ୍ତ ଶାସ୍ତ୍ରର ଯେପରି, ସେସବୁର ମଧ୍ୟ ସେହିପରି ବିକୃତ ଅର୍ଥ କରନ୍ତି।

17ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ପୂର୍ବରୁ ଏହିସବୁ ଜାଣି ସତର୍କ ହୋଇଥାଅ, କାଳେ ଦୂରାଚାରୀମାନଙ୍କ ଭ୍ରାନ୍ତିରେ ପଡ଼ି ତୁମ୍ଭେମାନେ ମଧ୍ୟ ଆପଣାମାନଙ୍କ ଦୃଢ଼ତାରୁ ସ୍ଖଳିତ ହୁଅ,

18ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର, ଆମେନ୍‍।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.