୨ ପିତର 3

ତାହାଙ୍କ ଆଗମନର ପ୍ରତିଜ୍ଞା କାହିଁ? କାରଣ ପିତୃ-ପୁରୁଷମାନଙ୍କର ମହାନିଦ୍ରାପ୍ରାପ୍ତ ହେବା ସମୟଠାରୁ ଏପର୍ଯ୍ୟନ୍ତ ସମସ୍ତ ବିଷୟ ସୃଷ୍ଟିର ଆରମ୍ଭରେ ଯେପରି ଥିଲା, ସେହିପରି ରହିଅଛି।

2 Peter 3:4 (UKJV) And saying, Where is the promise of his coming? for since the fathers fell asleep, all things continue as they were from the beginning of the creation.

2ତୁମ୍ଭେମାନେ ଯେପରି ପବିତ୍ର ଭାବବାଦୀମାନଙ୍କ ଦ୍ୱାରା ପୂର୍ବକାଳରେ ଉକ୍ତ ବାକ୍ୟସବୁ ପୁଣି, ତୁମ୍ଭମାନଙ୍କ ପ୍ରେରିତମାନଙ୍କ ଦ୍ୱାରା କଥିତ ପ୍ରଭୁ ଓ ତ୍ରାଣକର୍ତ୍ତାଙ୍କର ଆଜ୍ଞାଗୁଡ଼ିକ ସ୍ମରଣରେ ରଖ, ଏଥିନିମନ୍ତେ ଉଭୟ ପତ୍ରରେ ମୁଁ ତୁମ୍ଭମାନଙ୍କୁ ସେହିସବୁ ସ୍ମରଣ କରାଇ ତୁମ୍ଭମାନଙ୍କ ସରଳ ମନକୁ ଉତ୍ତେଜିତ କରିବାକୁ ଚେଷ୍ଟା କରୁଅଛି।

3ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ,

4ତାହାଙ୍କ ଆଗମନର ପ୍ରତିଜ୍ଞା କାହିଁ? କାରଣ ପିତୃ-ପୁରୁଷମାନଙ୍କର ମହାନିଦ୍ରାପ୍ରାପ୍ତ ହେବା ସମୟଠାରୁ ଏପର୍ଯ୍ୟନ୍ତ ସମସ୍ତ ବିଷୟ ସୃଷ୍ଟିର ଆରମ୍ଭରେ ଯେପରି ଥିଲା, ସେହିପରି ରହିଅଛି।

5ସେମାନେ ଜାଣି ଜାଣି ଭୁଲିଯାଆନ୍ତି ଯେ, ପୁରାକାଳରେ ଆକାଶମଣ୍ଡଳ ଓ ଈଶ୍ବରଙ୍କ ବାକ୍ୟ ଦ୍ୱାରା ଜଳରୁ ନିର୍ଗତ ଓ ଜଳରେ ଅବସ୍ଥିତ ପୃଥିବୀ ଥିଲା,

6ଆଉ ତଦ୍ୱାରା ସେହି କାଳର ଜଗତ ଜଳରେ ପ୍ଳାବିତ ହୋଇ ବିନଷ୍ଟ ହେଲା;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.