୨ ପିତର 3

ସେମାନେ ଜାଣି ଜାଣି ଭୁଲିଯାଆନ୍ତି ଯେ, ପୁରାକାଳରେ ଆକାଶମଣ୍ଡଳ ଓ ଈଶ୍ବରଙ୍କ ବାକ୍ୟ ଦ୍ୱାରା ଜଳରୁ ନିର୍ଗତ ଓ ଜଳରେ ଅବସ୍ଥିତ ପୃଥିବୀ ଥିଲା,

2 Peter 3:5 (UKJV) For this they willingly are ignorant of, that by the word of God the heavens were of old, and the earth standing out of the water and in the water:

3ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ,

4ତାହାଙ୍କ ଆଗମନର ପ୍ରତିଜ୍ଞା କାହିଁ? କାରଣ ପିତୃ-ପୁରୁଷମାନଙ୍କର ମହାନିଦ୍ରାପ୍ରାପ୍ତ ହେବା ସମୟଠାରୁ ଏପର୍ଯ୍ୟନ୍ତ ସମସ୍ତ ବିଷୟ ସୃଷ୍ଟିର ଆରମ୍ଭରେ ଯେପରି ଥିଲା, ସେହିପରି ରହିଅଛି।

5ସେମାନେ ଜାଣି ଜାଣି ଭୁଲିଯାଆନ୍ତି ଯେ, ପୁରାକାଳରେ ଆକାଶମଣ୍ଡଳ ଓ ଈଶ୍ବରଙ୍କ ବାକ୍ୟ ଦ୍ୱାରା ଜଳରୁ ନିର୍ଗତ ଓ ଜଳରେ ଅବସ୍ଥିତ ପୃଥିବୀ ଥିଲା,

6ଆଉ ତଦ୍ୱାରା ସେହି କାଳର ଜଗତ ଜଳରେ ପ୍ଳାବିତ ହୋଇ ବିନଷ୍ଟ ହେଲା;

7ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.