୨ ପିତର 3

ଆଉ ତଦ୍ୱାରା ସେହି କାଳର ଜଗତ ଜଳରେ ପ୍ଳାବିତ ହୋଇ ବିନଷ୍ଟ ହେଲା;

2 Peter 3:6 (UKJV) Whereby the world that then was, being overflowed with water, perished:

4ତାହାଙ୍କ ଆଗମନର ପ୍ରତିଜ୍ଞା କାହିଁ? କାରଣ ପିତୃ-ପୁରୁଷମାନଙ୍କର ମହାନିଦ୍ରାପ୍ରାପ୍ତ ହେବା ସମୟଠାରୁ ଏପର୍ଯ୍ୟନ୍ତ ସମସ୍ତ ବିଷୟ ସୃଷ୍ଟିର ଆରମ୍ଭରେ ଯେପରି ଥିଲା, ସେହିପରି ରହିଅଛି।

5ସେମାନେ ଜାଣି ଜାଣି ଭୁଲିଯାଆନ୍ତି ଯେ, ପୁରାକାଳରେ ଆକାଶମଣ୍ଡଳ ଓ ଈଶ୍ବରଙ୍କ ବାକ୍ୟ ଦ୍ୱାରା ଜଳରୁ ନିର୍ଗତ ଓ ଜଳରେ ଅବସ୍ଥିତ ପୃଥିବୀ ଥିଲା,

6ଆଉ ତଦ୍ୱାରା ସେହି କାଳର ଜଗତ ଜଳରେ ପ୍ଳାବିତ ହୋଇ ବିନଷ୍ଟ ହେଲା;

7ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି।

8କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.