୨ ପିତର 3

ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି।

2 Peter 3:7 (UKJV) But the heavens and the earth, which are now, by the same word are kept in store, reserved unto fire against the day of judgment and perdition of ungodly men.

5ସେମାନେ ଜାଣି ଜାଣି ଭୁଲିଯାଆନ୍ତି ଯେ, ପୁରାକାଳରେ ଆକାଶମଣ୍ଡଳ ଓ ଈଶ୍ବରଙ୍କ ବାକ୍ୟ ଦ୍ୱାରା ଜଳରୁ ନିର୍ଗତ ଓ ଜଳରେ ଅବସ୍ଥିତ ପୃଥିବୀ ଥିଲା,

6ଆଉ ତଦ୍ୱାରା ସେହି କାଳର ଜଗତ ଜଳରେ ପ୍ଳାବିତ ହୋଇ ବିନଷ୍ଟ ହେଲା;

7ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି।

8କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ।

9ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ-ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.