8ତେଣୁ ସେ ମୋତେ କହିଲେ, ‘ତୁମ୍ଭେ କିଏ?’ ମୁଁ ଉତ୍ତର କଲି, ‘ମୁଁ ଜଣେ ଅମାଲେକୀୟ ଲୋକ।’
9ତେବେ ସେ ମୋତେ କହିଲେ, ‘ବିନୟ କରୁଅଛି, ମୋʼ ଉପରେ ଠିଆ ହୋଇ ମୋତେ ବଧ କର, ମୋତେ ବଡ଼ କଷ୍ଟ ହେଉଅଛି; କାରଣ ଏପର୍ଯ୍ୟନ୍ତ ମୋʼ ଠାରେ ପ୍ରାଣ ସମ୍ପୂର୍ଣ୍ଣ ରହିଅଛି।’
10ତହିଁରେ ମୁଁ ତାଙ୍କ ଉପରେ ଠିଆ ହୋଇ ତାଙ୍କୁ ବଧ କଲି; କାରଣ ସେ ପତନ ହେଲା ଉତ୍ତାରେ ସେ ଆଉ ବଞ୍ଚିବେ ନାହିଁ ବୋଲି ମୁଁ ଜାଣିଲି; ପୁଣି ମୁଁ ତାଙ୍କ ମସ୍ତକର ମୁକୁଟ ଓ ବାହୁର ବାଜୁ ନେଇ ଏଠାକୁ ମୋʼ ସ୍ୱାମୀଙ୍କ କତିକି ଆଣିଅଛି।”
11ଏଥିରେ ଦାଉଦ ଦୁଖଃ ସକାଶୁ ଆପଣା ବସ୍ତ୍ର ଧରି ଚିରିଲେ ଓ ତାଙ୍କ ସଙ୍ଗୀ ଲୋକମାନେ ମଧ୍ୟ ସେହିପରି କଲେ;
12ପୁଣି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସଦାପ୍ରଭୁଙ୍କ ଲୋକମାନେ ଓ ଇସ୍ରାଏଲ ବଂଶ ଖଡ୍ଗରେ ପତିତ ହେବାରୁ ଦାଉଦ ଓ ତାଙ୍କ ସଙ୍ଗୀମାନେ ସେମାନଙ୍କ ନିମନ୍ତେ ବିଳାପ ଓ ରୋଦନ କଲେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ।