ଦ୍ୱିତୀୟ ଶାମୁୟେଲ 1

ପୁଣି ଯିହୁଦା-ସନ୍ତାନମାନଙ୍କୁ ସେହି ଧନୁର୍ଗୀତ ଶିଖାଇବାକୁ ଆଜ୍ଞା ଦେଲେ; ଦେଖ, ତାହା ଯାଶେର୍‍ ପୁସ୍ତକରେ ଲେଖାଅଛି।

2 Samuel 1:18 (UKJV) (Also he bade them teach the children of Judah the use of the bow: behold, it is written in the book of Jasher.)

16ପୁଣି ଦାଉଦ ମୃତ ଅମାଲେକୀୟକୁ କହିଲେ, “ତୁମ୍ଭ ରକ୍ତ ତୁମ୍ଭ ମସ୍ତକରେ ବର୍ତ୍ତୁ; କାରଣ ତୁମ୍ଭର ମୁଖ ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଅଛି, ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ବଧ କରିଅଛି।”

17ଏଥିଉତ୍ତାରେ ଦାଉଦ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନଙ୍କ ମୃତ୍ୟୁୁରେ ବିଳାପ କଲେ;

18ପୁଣି ଯିହୁଦା-ସନ୍ତାନମାନଙ୍କୁ ସେହି ଧନୁର୍ଗୀତ ଶିଖାଇବାକୁ ଆଜ୍ଞା ଦେଲେ; ଦେଖ, ତାହା ଯାଶେର୍‍ ପୁସ୍ତକରେ ଲେଖାଅଛି।

19“ହେ ଇସ୍ରାଏଲ, ତୁମ୍ଭର ଭୂଷଣ ସ୍ୱରୂପ, ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ! ବୀରମାନେ କିପରି ପତିତ ହେଲେ!

20ଗାଥ୍‍ରେ ଏହା ନ ଜଣାଅ, ଅସ୍କିଲୋନର ଦାଣ୍ଡରେ ଏହା ପ୍ରଚାର ନ କର; କଲେ ପଲେଷ୍ଟୀୟ କନ୍ୟାମାନେ ଆନନ୍ଦ କରିବେ ଓ ଅସୁନ୍ନତମାନଙ୍କ କନ୍ୟାଗଣ ଜୟଧ୍ୱନି କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.