18ପୁଣି ଯିହୁଦା-ସନ୍ତାନମାନଙ୍କୁ ସେହି ଧନୁର୍ଗୀତ ଶିଖାଇବାକୁ ଆଜ୍ଞା ଦେଲେ; ଦେଖ, ତାହା ଯାଶେର୍ ପୁସ୍ତକରେ ଲେଖାଅଛି।
19“ହେ ଇସ୍ରାଏଲ, ତୁମ୍ଭର ଭୂଷଣ ସ୍ୱରୂପ, ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ! ବୀରମାନେ କିପରି ପତିତ ହେଲେ!
20ଗାଥ୍ରେ ଏହା ନ ଜଣାଅ, ଅସ୍କିଲୋନର ଦାଣ୍ଡରେ ଏହା ପ୍ରଚାର ନ କର; କଲେ ପଲେଷ୍ଟୀୟ କନ୍ୟାମାନେ ଆନନ୍ଦ କରିବେ ଓ ଅସୁନ୍ନତମାନଙ୍କ କନ୍ୟାଗଣ ଜୟଧ୍ୱନି କରିବେ।
21ହେ ଗିଲ୍ବୋୟ ପର୍ବତଗଣ, ତୁମ୍ଭମାନଙ୍କ ଉପରେ କାକର କି ବୃଷ୍ଟି ନ ପଡ଼ୁ କିଅବା ଉପହାରଜନକ କ୍ଷେତ୍ର ନ ହେଉ; କାରଣ ସେଠାରେ ବୀରମାନଙ୍କର ଢାଲ ମଳିନ ହେଲା, ଶାଉଲଙ୍କର ଢାଲ ତୈଳରେ ଅନଭିଷିକ୍ତ ରହିଲା।
22ହତ ଲୋକମାନଙ୍କ ରକ୍ତରୁ, ବୀରମାନଙ୍କ ମେଦରୁ ଯୋନାଥନଙ୍କ ଧନୁ ଫେରେ ନାହିଁ ଓ ଶାଉଲଙ୍କର ଖଡ୍ଗ ଖାଲି ହୋଇ ଫେରେ ନାହିଁ।