ଦ୍ୱିତୀୟ ଶାମୁୟେଲ 1

ଶାଉଲ ଓ ଯୋନାଥନ ଜୀବଦ୍ଦଶାରେ ପରସ୍ପର ପ୍ରିୟ ଓ ତୁଷ୍ଟିଜନକ ଥିଲେ, ମରଣ ସମୟରେ ହେଁ ସେମାନେ ଭିନ୍ନ ହେଲେ ନାହିଁ; ସେମାନେ ଉତ୍କ୍ରୋଶ ପକ୍ଷୀଠାରୁ ବେଗବାନ, ସେମାନେ ସିଂହଠାରୁ ବଳବାନ ଥିଲେ।

2 Samuel 1:23 (UKJV) Saul and Jonathan were lovely and pleasant in their lives, and in their death they were not divided: they were swifter than eagles, they were stronger than lions.

21ହେ ଗିଲ୍‍ବୋୟ ପର୍ବତଗଣ, ତୁମ୍ଭମାନଙ୍କ ଉପରେ କାକର କି ବୃଷ୍ଟି ନ ପଡ଼ୁ କିଅବା ଉପହାରଜନକ କ୍ଷେତ୍ର ନ ହେଉ; କାରଣ ସେଠାରେ ବୀରମାନଙ୍କର ଢାଲ ମଳିନ ହେଲା, ଶାଉଲଙ୍କର ଢାଲ ତୈଳରେ ଅନଭିଷିକ୍ତ ରହିଲା।

22ହତ ଲୋକମାନଙ୍କ ରକ୍ତରୁ, ବୀରମାନଙ୍କ ମେଦରୁ ଯୋନାଥନଙ୍କ ଧନୁ ଫେରେ ନାହିଁ ଓ ଶାଉଲଙ୍କର ଖଡ୍ଗ ଖାଲି ହୋଇ ଫେରେ ନାହିଁ।

23ଶାଉଲ ଓ ଯୋନାଥନ ଜୀବଦ୍ଦଶାରେ ପରସ୍ପର ପ୍ରିୟ ଓ ତୁଷ୍ଟିଜନକ ଥିଲେ, ମରଣ ସମୟରେ ହେଁ ସେମାନେ ଭିନ୍ନ ହେଲେ ନାହିଁ; ସେମାନେ ଉତ୍କ୍ରୋଶ ପକ୍ଷୀଠାରୁ ବେଗବାନ, ସେମାନେ ସିଂହଠାରୁ ବଳବାନ ଥିଲେ।

24ହେ ଇସ୍ରାଏଲର କନ୍ୟାଗଣ, ଶାଉଲଙ୍କ ପାଇଁ ରୋଦନ କର, ସେ ତୁମ୍ଭମାନଙ୍କୁ ସିନ୍ଦୂର ବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ୱିତ କଲେ, ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ୱର୍ଣ୍ଣ-ଅଳଙ୍କାର ମଣ୍ଡିଲେ।

25ବୀରମାନେ ଯୁଦ୍ଧ ମଧ୍ୟରେ କିପରି ମରିଅଛନ୍ତି। ଯୋନାଥନ ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.