22ହତ ଲୋକମାନଙ୍କ ରକ୍ତରୁ, ବୀରମାନଙ୍କ ମେଦରୁ ଯୋନାଥନଙ୍କ ଧନୁ ଫେରେ ନାହିଁ ଓ ଶାଉଲଙ୍କର ଖଡ୍ଗ ଖାଲି ହୋଇ ଫେରେ ନାହିଁ।
23ଶାଉଲ ଓ ଯୋନାଥନ ଜୀବଦ୍ଦଶାରେ ପରସ୍ପର ପ୍ରିୟ ଓ ତୁଷ୍ଟିଜନକ ଥିଲେ, ମରଣ ସମୟରେ ହେଁ ସେମାନେ ଭିନ୍ନ ହେଲେ ନାହିଁ; ସେମାନେ ଉତ୍କ୍ରୋଶ ପକ୍ଷୀଠାରୁ ବେଗବାନ, ସେମାନେ ସିଂହଠାରୁ ବଳବାନ ଥିଲେ।
24ହେ ଇସ୍ରାଏଲର କନ୍ୟାଗଣ, ଶାଉଲଙ୍କ ପାଇଁ ରୋଦନ କର, ସେ ତୁମ୍ଭମାନଙ୍କୁ ସିନ୍ଦୂର ବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ୱିତ କଲେ, ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ୱର୍ଣ୍ଣ-ଅଳଙ୍କାର ମଣ୍ଡିଲେ।
25ବୀରମାନେ ଯୁଦ୍ଧ ମଧ୍ୟରେ କିପରି ମରିଅଛନ୍ତି। ଯୋନାଥନ ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ।
26ହେ ମୋହର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ବ୍ୟାକୁଳ ହେଉଅଛି; ତୁମ୍ଭେ ମୋହର ଅତି ତୁଷ୍ଟିଜନକ ଥିଲ; ମୋʼ ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ, ତାହା ସ୍ତ୍ରୀମାନଙ୍କ ପ୍ରେମରୁ ବଳିଗଲା।