11ପୁଣି ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ତୁମ୍ଭେ ମୋତେ ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ମୁଁ ଆସି ତୁମ୍ଭକୁ ସାହାଯ୍ୟ କରିବି।
12ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରମାନଙ୍କ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”
13ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ନିକଟକୁ ଆସନ୍ତେ, ସେମାନେ ତାଙ୍କ ସମ୍ମୁଖରୁ ପଳାଇଲେ।
14ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ। ତେବେ ଯୋୟାବ ଅମ୍ମୋନ-ସନ୍ତାନମାନଙ୍କ ନିକଟରୁ ଯିରୂଶାଲମକୁ ଫେରି ଆସିଲା।
15ଏଉତ୍ତାରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଏକତ୍ର ହେଲେ।