ଦ୍ୱିତୀୟ ଶାମୁୟେଲ 10

ଏଉତ୍ତାରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଏକତ୍ର ହେଲେ।

2 Samuel 10:15 (UKJV) And when the Syrians saw that they were smitten before Israel, they gathered themselves together.

13ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ନିକଟକୁ ଆସନ୍ତେ, ସେମାନେ ତାଙ୍କ ସମ୍ମୁଖରୁ ପଳାଇଲେ।

14ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ। ତେବେ ଯୋୟାବ ଅମ୍ମୋନ-ସନ୍ତାନମାନଙ୍କ ନିକଟରୁ ଯିରୂଶାଲମକୁ ଫେରି ଆସିଲା।

15ଏଉତ୍ତାରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଏକତ୍ର ହେଲେ।

16ପୁଣି ହଦଦେଷର ଲୋକ ପଠାଇ ଫରାତ୍‍ ନଦୀର ସେପାରିସ୍ଥିତ ଅରାମୀୟମାନଙ୍କୁ ଅଣାଇଲା; ତହୁଁ ସେମାନେ ହେଲମକୁ ଆସିଲେ; ହଦଦେଷରର ସେନାପତି ଶୋବକ ସେମାନଙ୍କର ଅଗ୍ରଗାମୀ ଥିଲା।

17ଏଉତ୍ତାରେ ଦାଉଦଙ୍କୁ ଏହା ଜ୍ଞାତ କରାଯାʼନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହୋଇ ହେଲମକୁ ଆସିଲେ। ତହିଁରେ ଅରାମୀୟମାନେ ଦାଉଦଙ୍କ ସମ୍ମୁଖରେ ସୈନ୍ୟ ସଜାଇ ତାଙ୍କ ସଙ୍ଗେ ଯୁଦ୍ଧ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.