17ଏଉତ୍ତାରେ ଦାଉଦଙ୍କୁ ଏହା ଜ୍ଞାତ କରାଯାʼନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହୋଇ ହେଲମକୁ ଆସିଲେ। ତହିଁରେ ଅରାମୀୟମାନେ ଦାଉଦଙ୍କ ସମ୍ମୁଖରେ ସୈନ୍ୟ ସଜାଇ ତାଙ୍କ ସଙ୍ଗେ ଯୁଦ୍ଧ କଲେ।
18ମାତ୍ର ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି ଦାଉଦ ଅରାମୀୟମାନଙ୍କ ସାତ ଶହ ରଥାରୂଢ଼ ଓ ଚାଳିଶ ହଜାର ଅଶ୍ୱାରୂଢ଼ ସୈନ୍ୟ ବଧ କଲେ, ପୁଣି ସେ ସେମାନଙ୍କ ସେନାପତି ଶୋବକକୁ ଆଘାତ କରନ୍ତେ, ସେ ସେହିଠାରେ ମଲା।
19ତହୁଁ ହଦଦେଷରର ଅଧୀନ ସମସ୍ତ ରାଜା ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଇସ୍ରାଏଲ ସହିତ ଶାନ୍ତିର ଚୁକ୍ତି କରି ସେମାନଙ୍କର ଦାସ ହେଲେ। ଏହେତୁ ଅରାମୀୟମାନେ ଅମ୍ମୋନ-ସନ୍ତାନଗଣକୁ ଆଉ ସାହାଯ୍ୟ କରିବାକୁ ଭୟ କଲେ।